www.samajalive.in
Saturday, December 13, 2025
26.1 C
Bhubaneswar

ସ୍ୱାସ୍ଥ୍ୟ ଠିକା କର୍ମଚାରୀ ମହାସଂଘ ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ବୌଦ୍ଧ : ରାଜ୍ୟ ସ୍ୱାସ୍ଥ୍ୟ ବିଭାଗରେ ଠିକା କର୍ମଚାରୀ ଭାବରେ କାର୍ଯ୍ୟରତ କର୍ମଚାରୀଙ୍କୁ ନିୟମିତ କରିବା ଦାବିରେ ଓଡିଶା ସ୍ୱାସ୍ଥ୍ୟ ଠିକା କର୍ମଚାରୀ ମହାସଂଘ ବୌଦ୍ଧ ଜିଲ୍ଲା ପକ୍ଷରୁ ଜିଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଜାତୀୟ ସ୍ୱାସ୍ଥ୍ୟ ମିଶନ ଏବଂ ରାଜ୍ୟ ଏଡସ ନିୟନ୍ତ୍ରଣ ସୋସାଇଟି ଅଧିନରେ ଦୀର୍ଘ ୧୫ ବର୍ଷ ହେବ ନିରବଚ୍ଛିନ୍ନ ଭାବରେ ଠିକା କର୍ମଚାରୀ ଭାବରେ ଜନସାଧାରଣଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଆସୁଥିଲେ ସୁଦ୍ଧା ଓଡିଶା ସରକାର ସେମାନଙ୍କ ଦାବିକୁ କର୍ଣ୍ଣପାତ କରୁନାହାନ୍ତି। କିନ୍ତୁ ଚଳିତ ବର୍ଷ ଅକ୍ଟୋବର ୧୬ ତାରିଖରେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଜାତୀୟ ସ୍ୱାସ୍ଥ୍ୟ ମିଶନ ଏବଂ ରାଜ୍ୟ ଏଡସ ନିୟନ୍ତ୍ରଣ ସୋସାଇଟି ଅଧିନରେ କାର୍ଯ୍ୟରତ ଦଶ ହଜାରରୁ ଅଧିକ ପ୍ରକୃତ ଠିକା କର୍ମଚାରୀଙ୍କୁ ଛାଡି ଅନ୍ୟାନ୍ୟ ବିଭାଗର ୫୭ ହଜାର ଠିକା କର୍ମଚାରୀଙ୍କୁ ନିୟମିତ କରିଥିଲେ। ଯାହା ଫଳରେ ଠିକା କର୍ମଚାରୀମାନେ ଦୁଃଖ ବଢିଯାଇଛି। ସରକାର ଠିକା କର୍ମଚାରୀଙ୍କ ନାଯ୍ୟ ଦାବିକୁ ଗୁରୁତର ସହ ବିଚାର କରି ଠିକା କର୍ମଚାରୀଙ୍କୁ ନିୟମିତ କରିବାକୁ ସେମାନେ ଦାବି କରିଛନ୍ତି। ଏହି ଦାବି ପତ୍ର ପ୍ରଦାନ ସମୟରେ ଜିଲାରେ ସ୍ୱାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ସମସ୍ତ ଠିକା କର୍ମଚାରୀମାନେ ସାମିଲ ଥିଲେ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories