www.samajalive.in
Sunday, December 14, 2025
19.1 C
Bhubaneswar

ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରତିଯୋଗିତା

ଫୁଲବାଣୀ: ସ୍ଥାନୀୟ ଏଜେଓ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଳକ ସ୍ତରୀୟ ଭିନ୍ନକ୍ଷମ ପିଲାମାନଙ୍କ ପାଇଁ ଖେଳ, ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଚିତ୍ରାଙ୍କନ, ସଙ୍ଗୀତ ଭଳି ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଭିନ୍ନକ୍ଷମ ପିଲାମାନଙ୍କୁ ଉତ୍ସାହିତ କରିବା ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିବା ବେଳେ ଏଥିରେ ଫୁଲବାଣୀ ବ୍ଳକ ଅନ୍ତର୍ଗତ ବିଭିନ୍ନ କ୍ଳଷ୍ଟରରୁ ଶତାଧିକ ଛାତ୍ରଛାତ୍ରୀ ମାନେ ଯୋଗଦେଇଥିଲେ । ଫୁଲବାଣୀ ଅତିରିକ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ ଅମୂଲ୍ୟ କୁମାର ଜେନା, ଏଜେଓ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲ୍ଳୀପ କୁମାର ପ୍ରଧାନ ଯୋଗଦେଇ ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଥିଲେ । ଚିତ୍ର ଶିକ୍ଷକ ଯୁଧିଷ୍ଠିର ମହାନ୍ତି କାର୍ଯ୍ୟକ୍ରମର ତଦାରଖ କରିଥିଲେ । ପ୍ରତ୍ୟେକ ବିଭାଗର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା । ବିଭିନ୍ନ କ୍ଳଷ୍ଟରର ସିଆରସିସି ମାନେ ପରିଚାଳନା କରିଥିଲେ ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories