www.samajalive.in
Monday, December 15, 2025
17.1 C
Bhubaneswar

ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ

ଜି.ଉଦୟଗିରି: ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସଭାଗୃହରେ ଗୋଷ୍ଠି ସ୍ବାସ୍ଥ୍ୟ ଅଧିକାରୀ ଡା.ରତିକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ  ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ବୈଠକରେ ମୂଖ୍ୟ ଅତିଥି ଭାବେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗ ଦେଇଥିବା ବେଳେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୂଷମା ପ୍ରଧାନ, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଭାନୁପ୍ରଭା ମିଶ୍ର, ଗୋଷ୍ଠି ସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ମମିଦା ପ୍ରଧାନ ଉପସ୍ଥିତ ଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ପୂର୍ତ୍ତବିଭାଗ ଜନସ୍ବାସ୍ଥ୍ୟ ବିଭାଗ, ସହ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ। ଆୟୋଜିତ ବୈଠକରେ ଡ଼ାକ୍ତର ଗୃହ, କର୍ମଚାରୀ ଗୃହ ନଥିବା ସହ ଗ୍ରେସିଁଗିଆ ସ୍ବାସ୍ଥ୍ୟ କେନ୍ଦ୍ରରେ ବର୍ଷା ଦିନରେ ପାଣି ଝର ବାହାରିବା, ଡ୍ରେନେଜ ବ୍ୟବସ୍ଥା ସିକଲସେଲ ରୋଗୀ ପାଇଁ ଆବଶ୍ୟକତା ଅନୁଯାୟୀ ରକ୍ତ ଭଣ୍ଡାର କରି ଗଛିତ ରଖିବା, ଡ୍ରେନେଜ ବ୍ୟବସ୍ଥା ଠିକ ନଥିବାରୁ ବର୍ଷା ପାଣି ଠିକ ଭାବେ ନିସ୍କାସନ ନହେବା, ଔଷଧ ଆବଶ୍ୟକତା ଅନୁଯାୟୀ ମିଳୁନଥିବା, ଶବ ବ୍ୟବଛେଦ ଗୃହ ଓ ଶବ ସଂରକ୍ଷଣ ଗୃହ ମରାମତି କରିବା ଆଦି ବିଭିନ୍ନ ପ୍ରକାରର ଅବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା। ଏଥି ସହିତ ସ୍ବାସ୍ଥ୍ୟକେନ୍ଦ୍ର ଗୁଡିକର ଉନ୍ନୟନ ପାଇଁ ୩୦ଲକ୍ଷ ଟଙ୍କାର ଅନୁମୋଦନ ନିମନ୍ତେ ପଠାଯାଇଥିବା ବେଳେ ଏପର୍ଯ୍ୟନ୍ତ ମିଳିନଥିବା ନେଇ ବୈଠକରେ ସ୍ବାସ୍ଥ୍ୟ ଅଧିକାରୀ ସୂଚନା ଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories