www.samajalive.in
Saturday, December 13, 2025
26.1 C
Bhubaneswar

ରେଙ୍ଗଲୋଇ ହାଇସ୍କୁଲରେ ପ୍ରତିଭା ଅନ୍ୱେଷଣ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

ରେଙ୍ଗାଲି: ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବ୍ଲକର ରେଙ୍ଗଲୋଇ ଗ୍ରାମରେ ଥିବା ଡିପିଏ ହାଇସ୍କୁଲ ପରିସରରେ ପ୍ରତିଭା ଅନ୍ୱେଷଣ ଏବଂ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କୁଚିଣ୍ଡାର ପ୍ରତିଭା ବିକାଶ ଅଭିଯାନ, ଗାନ୍ଧି ଜୟନ୍ତି କମିଟୀ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅବସରରେ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଥିବା ଅର୍ନ୍ତନିହିତ ପ୍ରତିଭା ଅନ୍ୱେଷଣ ଏବଂ ବିକାଶ ସକାଶେ ଚିତ୍ରାଙ୍କନ, ପ୍ରବନ୍ଧ ଲିଖନ, ବତ୍କୃତା କୁଇଜ୍‌‌, ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ପ୍ରତିଯୋଗିତା ଶେଷରେ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଉପମା ପଟେଲଙ୍କ ସଭାପତିତ୍ୱ ଏବଂ ଶିକ୍ଷକ ବିନୋଦ ବିହାରୀ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାପରେ କୁଟୁରାଚୁଆଁ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ତଥା ଅଭିଯାନର ସଭାପତି ସୁବାସ ଚନ୍ଦ୍ର ନାଏକ ମୁଖ୍ୟ ଅତିଥି, ଲଇଡା କଳେଜର ଓଡିଆ ବିଭାଗ ମୁଖ୍ୟ ଅଧ୍ୟାପକ ପ୍ରଶାନ୍ତ କୁମାର ପଟେଲ ମୁଖ୍ୟବକ୍ତା ରୂପେ ଯୋଗ ଦେଇଥିଲେ। ଏହି ଅବସରରେ ପ୍ରତିଯୋଗିତା ରେ କୃତିତ୍ୱ ଅର୍ଜନ କରିଥିବା ୩୦ ଜଣ ପ୍ରତିଯୋଗୀଙ୍କୁ ମାନପତ୍ର ଦେଇ ପୁରସ୍କୃତ କରଯାଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories