www.samajalive.in
Sunday, December 14, 2025
23.1 C
Bhubaneswar

ଆଶୀର୍ବାଦ ଯୋଜନାରେ ପ୍ରମାଣପତ୍ର ଓ ସହାୟତା ପ୍ରଦାନ

ରାୟଗଡା: ରାୟଗଡା ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ କାଶୀପୁର ବ୍ଲକରେ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଠାରେ ଏକ ଆଶୀର୍ବାଦ ଯୋଜନାର ଶିବିର ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆଶୀର୍ବାଦ ଯୋଜନାରେ କାଶୀପୁର ବ୍ଲକର ସଂପୃକ୍ତ ହୋଇଥିବା ପିଲାଙ୍କୁ ଆଇକାର୍ଡ ଏବଂ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ଆର୍ଶୀବାଦ ଯୋଜନା ଘୋଷଣା ପରେ ଯେଉଁ ପିଲାମାନେ ୨୦୨୦ ମସିହା ଏପ୍ରିଲ ୧ରୁ ୨୦୨୧ ସେପ୍ଟେମ୍ବର ୧୫ ତାରିଖ ମଧ୍ୟରେ ଉଭୟ ପିତାମାତା, ପିତାମାତାଙ୍କ ମଧ୍ୟରୁ ଜଣଙ୍କୁ ହରାଇଥିବେ ସେହି ପିଲାମାନଙ୍କୁ ଆଶୀର୍ବାଦ ଯୋଜନାରେ ସାମିଲ କରାଯାଇଥିବା ସୂଚନା ମିଳିଛି। ଉଭୟ ପିତାମାତାଙ୍କୁ ହରାଇଥିବା ପିଲାଙ୍କୁ ୨୫୦୦ ଟଙ୍କା, ପିତାମାତଙ୍କ ମଧ୍ୟରୁ ଜଣଙ୍କୁ ହରାଇଥିବା ପିଲାଙ୍କୁ ୧୫୦୦ ଟଙ୍କା ଲେଖାଏଁ ଦିଆଯାଇଛି।ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ସତ୍ୟପ୍ରିୟା ପ୍ରଧାନ, ରଶ୍ମିତା ସାବତ, ରଜ୍ଜିଂତ ମାଝୀ, ପ୍ରମୋଦ କୁମାର ନାଏକଙ୍କ ସହ ଶିଶୁ ବିକାଶ ପ୍ରକଳ୍ପର କର୍ମଚାରି ମାନେ ଊପସ୍ଥିତ ଥିଲେ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories