www.samajalive.in
Sunday, December 14, 2025
23.1 C
Bhubaneswar

ରାଷ୍ଟ୍ରପତିଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ : କ୍ଷମା ମାଗିଲେ ଟିଏମ୍‌ସି ମନ୍ତ୍ରୀ

ନନ୍ଦିଗ୍ରାମ/କଲକାତା  : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରୂପକୁ ନେଇ ଅଶାଳୀନ ମନ୍ତବ୍ୟ ଦେଇଥିବା ତୃଣମୂଳ କଂଗ୍ରେସର ମନ୍ତ୍ରୀ ଅଖିଳ ଗିରି ଏଥିପାଇଁ କ୍ଷମାପ୍ରାର୍ଥନା କରିଛନ୍ତି । କିଛିଦିନ ତଳେ ନନ୍ଦିଗ୍ରାମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଟିଏମ୍‌ସି ମନ୍ତ୍ରୀ ଅଖିଳ ଗିରି ରାଷ୍ଟ୍ରପତିଙ୍କ ରୂପକୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇ ଥିଲେ । ଏହାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ଅଖିଳ କ୍ଷମା ମାଗିଛନ୍ତି । ମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ଟିଏମ୍‌ସି ପକ୍ଷରୁ କ୍ଷୋଭ ବ୍ୟକ୍ତ କରାଯାଇଛି। ରାଷ୍ଟ୍ରପତିଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେଇଥିବା ମନ୍ତ୍ରୀଙ୍କୁ ତୁରନ୍ତ ବହିଷ୍କାର କରିବାକୁ ବିଜେପି ତରଫରୁ ଦାବି ହୋଇଛି । କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଟିଏମ୍‌ସି ମନ୍ତ୍ରୀଙ୍କୁ ତୁରନ୍ତ ମନ୍ତ୍ରିମଣ୍ଡଳରୁ ବିତାଡ଼ିତ କରାଯିବା ଉଚିତ୍‌ ବୋଲି କହିଛନ୍ତି। ସେହିପରି ବିଜେପି ସାଂସଦ ସୌମିତ୍ର ଖାନ୍‌ ଏହାକୁ ନେଇ ଅଖିଳଙ୍କ ବିରୋଧରେ ଜାତୀୟ ମହିଳା କମିଶନରେ ଏକ ମାମଲା ରୁଜୁ କରିଛନ୍ତି । ପଶ୍ଚିମବଙ୍ଗ ବିଜେପି ସଭାପତି ସୁକାନ୍ତ ମଜୁମଦାର କହିଛନ୍ତି ରାଷ୍ଟ୍ରପତିଙ୍କ ପ୍ରତି ଆଶାଳୀନ ମନ୍ତବ୍ୟ ଦେଇ ଅଖିଳ ଅପରାଧ କରିଛନ୍ତି। ତେଣୁ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ୍‌।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories