www.samajalive.in
Sunday, December 14, 2025
26.1 C
Bhubaneswar

ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ

କାମାକ୍ଷାନଗର: କାମାକ୍ଷାନଗର ଥାନା ଜୟପୁରାକାଟେଣୀ ପଞ୍ଚାୟତର ପଦ୍ମ ପୋଖରୀ ଗ୍ରାମରେ ଶନିବାର ପୋଖରୀରେ ବୁଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି | ମୃତ ମହିଳା ଜଣଙ୍କ ହେଉଛନ୍ତି ସେହି ଗ୍ରାମର ରାଧା ଦେହୁରୀ | ସୂଚନା ମୁତାବକ ରାଧା ଘର ନିକଟରେ ଥିବା ପୋଖରୀକୁ ଶୌଚ ପାଇଁ ଯାଇଥିଲେ । ଅସାବଧାନତା କାରଣରୁ ସେ ପୋଖରୀରେ ବୁଡ଼ି ଯାଇଥିଲେ | ଦିର୍ଘସମୟ ଧରି ଘରକୁ ନଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ । ପୋଖରୀ ହୁଡାରେ ତାଙ୍କ ସାଲ ପଡିଥିବା ଦେଖି ପୋଖରୀରେ ବୁଡିଯାଇଥିବା ସନ୍ଦେହ କରି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ପୋଖରୀରୁ ରାଧାଙ୍କୁ ଉଦ୍ଧାର କରି କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ରାଧାଙ୍କୁ ମୃତ ଘୋଷଣା କରିଛନ୍ତି। ଏ ନେଇ ଗାଁରେ ଶୋକାକୁଳ ପରିବେଷ ସୃଷ୍ଟି ହୋଇଛି ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories