www.samajalive.in
Sunday, December 14, 2025
16.1 C
Bhubaneswar

ବିଜେଡି ପ୍ରାର୍ଥୀ ବର୍ଷା ବରିହା

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି ତାର ପ୍ରାର୍ଥୀ ଘୋଷଣା କରିଛି । ଦିବଙ୍ଗତ ବିଧାୟକ ବିଜୟ ସିଂ ବରିହାଙ୍କ ଝିଅ ବର୍ଷା ରାଣୀ ବରିହାଙ୍କୁ ପଦ୍ମପୁର ପାଇଁ ପ୍ରାର୍ଥୀ କରିଛି ବିଜେଡି । ଧାମନଗର ଉପନିର୍ବାଚନରେ ବିଫଳ ହେବା ପରେ ଦଳ ବହୁ କଳ୍ପନା ଜଳ୍ପନା କରି ଉପନିର୍ବାଚନ ପାଇଁ ବର୍ଷାଙ୍କ ନାଁ ଘୋଷଣା କରିଛି ।  ବର୍ଷାଙ୍କ ନାଁ ବିଧିବଦ୍ଧ ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ନିକଟରେ ଦିବଙ୍ଗତ ବିଧାୟକ ବିଜୟ ସିଂ ବରିହାଙ୍କ ଦେହାନ୍ତ ହୋଇଥିବା ବେଳେ ତାଙ୍କ ଝିଅ ବର୍ଷା ରାଣୀ ବରିହାଙ୍କୁ ମୈଦାନୁ ଓହ୍ଲାଇଛି ବିଜେଡି ।

ବର୍ଷାଙ୍କ ଜରିଆରେ ଶାସକ ଦଳ ମହିଳା କାର୍ଡ ଖେଳିଛି । ତାହା ସହ ଅନୁକମ୍ପା ମୂଳକ ଭୋଟ ମଧ୍ୟ ହାତେଇବାକୁ ପ୍ରୟାସ କରିଛି । ପୁର୍ବରୁ ବିଜେପି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା । ପଦ୍ମପୁର ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ନାଁ ଘୋଷଣା ହୋଇଥିଲା । ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଅନୁମୋଦନ ପରେ ସତ୍ୟଭୂଷଣ ସାହୁଙ୍କୁ ପ୍ରାର୍ଥୀ କରାଯିବା ନେଇ ଏଆଇସିସି ପକ୍ଷରୁ ଘୋଷଣା କରାଯାଇଥିଲା । ପଦ୍ମପୁରରୁ କଂଗ୍ରେସ ପ୍ରାର୍ଥୀ ହେବା ପରେ ସତ୍ୟଭୂଷଣ ସାହୁ କହିଛନ୍ତି ଯେ ସେ ଏହି ଉପନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।

- Advertisement -

ସେପଟେ ଭାରତୀୟ ଜନତା ପାର୍ଟି ପକ୍ଷରୁ ପ୍ରଦୀପ ପୁରୋହିତଙ୍କ ନାଁ ଘୋଷଣା ହୋଇଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ପ୍ରଦୀପଙ୍କ ନାଁ ଘୋଷଣା ହୋଇଥିବା ବେଳେ ପୂର୍ବରୁ ପ୍ରଦୀପଙ୍କ ନାଁ ଘୋଷଣା ହେବା ନେଇ ଦଳ ପକ୍ଷରୁ କୁହାଯାଇଥିଲା । ନଭେମ୍ବର ୧୭ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ନଭେମ୍ବର ୧୮ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ନଭେମ୍ବର ୨୧ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିହେବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି । ଡିସେମ୍ବର ୫ ତାରିଖରେ ଭୋଟ ଗ୍ରହଣ ହେବ। ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି ହେବା ସହ ସେହିଦିନ ହିଁ ଫଳାଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି।

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories