www.samajalive.in
Sunday, December 14, 2025
17.1 C
Bhubaneswar

କିଟ୍‌କୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର

ଭୁବନେଶ୍ୱର: ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ଚଳିତବର୍ଷର ଜାତୀୟ କ୍ରୀଡ଼ା ପୁରସ୍କାର ଘୋଷଣା କରାଯାଇଛି । ଏଥିରେ ‘ସାମାଜିକ ଦାୟିତ୍ବବୋଧ ଜରିଆରେ କ୍ରୀଡ଼ାକୁ ପ୍ରୋତ୍ସାହନ’ ବିଭାଗରେ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପାଇଁ କିଟ୍‌ର ନାଁ ଘୋଷଣା କରାଯାଇଛି । ସୋମବାର କ୍ରୀଡ଼ା ମନ୍ତ୍ରାଳୟ ପକ୍ଷରୁ ପୁରସ୍କାର ସମ୍ପର୍କରେ ଘୋଷଣା କରାଯାଇଥିବା ବେଳେ ନଭେମ୍ବର ୩୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିବେ । କ୍ରୀଡ଼ାର ବିକାଶ ଓ ପ୍ରୋତ୍ସାହନ ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଉଭୟ ସରକାରୀ ଓ ଘରୋଇ କ୍ଷେତ୍ରରେ ଥିବା କର୍ପୋରେଟ୍‌, ବିଭିନ୍ନ ସ୍ପୋର୍ଟସ କଣ୍ଟ୍ରୋଲ୍‌ ବୋର୍ଡ, ଏନ୍‌ଜିଓଙ୍କ ସମେତ ରାଜ୍ୟ ଓ ଜାତୀୟସ୍ତରରେ ଥିବା କ୍ରୀଡ଼ା ଅନୁଷ୍ଠାନକୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଳୟ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରିବେ ।

- Advertisement -

ସୂଚନାଯୋଗ୍ୟ, ଦୀର୍ଘ ୨୦ ବର୍ଷରୁ ଊର୍ଦ୍ଧ୍ବ ସମୟ ଧରି କିଟ୍‌ କ୍ରୀଡ଼ା ଓ କ୍ରୀଡ଼ାବିତ୍‌ଙ୍କୁ ପ୍ରୋତ୍ସାହିତ କରିଆସୁଛି । ଅତ୍ୟାଧୁନିକ ଓ ଉନ୍ନତ କ୍ରୀଡ଼ା ଭିତ୍ତିଭୂମି ଠାରୁ ଆରମ୍ଭ କରି ଅଲିମ୍ପିଆନ୍‌ ସୃଷ୍ଟି କରି କିଟ୍‌ ସମଗ୍ର ବିଶ୍ୱରେ ନାଁ କମେଇ ପାରିଛି । କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଳୟ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ନିମନ୍ତେ କିଟ୍‌ର ନାମ ଘୋଷଣା କରିଥିବାରୁ କିଟ୍‌ର ସମସ୍ତ ଖେଳାଳି ଆନନ୍ଦ ପ୍ରକାଶ କରିଛନ୍ତି । କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏଥି ପାଇଁ ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ତଥା ବିଭାଗୀୟ ମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି । ଏହା କିଟ୍‌ ପାଇଁ ଗର୍ବ ଓ ଆନନ୍ଦର ବିଷୟ ବୋଲି ଶ୍ରୀ ସାମନ୍ତ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories