www.samajalive.in
Saturday, December 13, 2025
26.1 C
Bhubaneswar

ଆଉ ଦିନଟିଏ ବଢିଲା ଐତିହାସିକ କଟକ ବାଲିଯାତ୍ରା

କଟକ : ଆଉ ଗୋଟିଏ ଦିନ ବଢିଲା ଐତିହାସିକ କଟକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଗୋଟିଏ ଦିନ ବୃଦ୍ଧି ହେଲା ବାଲିଯାତ୍ରା । ଏନେଇ ଆଜି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନିଙ୍କ ପକ୍ଷରୁ ସୂଚନା ମିଳିଛି । ବୁଧବାର ବାଲିଯାତ୍ରା ଶେଷ ହେବାକୁ ଥିବା ବେଳେ ଗୁରୁବାର ବାଲିଯାତ୍ରା ସରିବ ।
ବାଲିଯାତ୍ରାରେ ଲୋକଙ୍କ ବୁଲିବା ଆଗ୍ରହ,ଉତ୍ସାହକୁ ଦୃଷ୍ଟିରେ ରଖି ଆଉ ୨ ଦିନ ବୃଦ୍ଧି କରିବାକୁ କଟକ ମେୟର ସୁବାସ ସିଂହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଥିଲେ । ସୋମବାର ଏନେଇ ସିଏମସିର ବୈଠକରେ ଆଲୋଚନା ହେବା ପରେ ନିଗମ ପକ୍ଷରୁ ସରକାରଙ୍କୁ ବିଧିବଦ୍ଧ ପ୍ରସ୍ତାବ ଦେଇ ଚିଠି ଲେଖାଯାଇଥିଲା । ଗତ ୮ ତାରିଖରୁ କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିଲା ଐତିହାସିକ ବାଲିଯାତ୍ରା ।

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories