www.samajalive.in
Sunday, December 7, 2025
16.1 C
Bhubaneswar

୨୦୦ କୋଟି ଠକେଇ ମାମଲାରେ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କୁ ମିଳିଲା ଜାମିନ

ଡେସ୍କ: ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜଡିତ ୨୦୦ କୋଟି ଟଙ୍କା ଠକେଇ ମାମଲାରେ ଆଜି ଦିଲ୍ଲୀର ଏକ କୋର୍ଟ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସ୍ୱତନ୍ତ୍ର ବିଚାରପତି ଶୈଳେନ୍ଦ୍ର ମଲିକ୍ ଏହି ଜାମିନ ପ୍ରଦାନ କରିଛନ୍ତି। ଅଗଷ୍ଟ ୩୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଦାଖଲ ହୋଇଥିବା ଅତିରିକ୍ତ ଚାର୍ଜସିଟ୍ ବିଷୟ ବିଚାରକୁ ନେଇ ଅଭିନେତ୍ରୀଙ୍କୁ କୋର୍ଟରେ ହାଜର ହେବାକୁ କହିଥିଲେ।

ପୂର୍ବରୁ ଅନେକ ଥର ପଚରାଉଚୁରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଡକାଯାଇଥିବା ଫର୍ଣ୍ଣାଣ୍ଡିଜଙ୍କୁ ଅତିରିକ୍ତ ଚାର୍ଜସିଟରେ ପ୍ରଥମ ଥର ପାଇଁ ଅଭିଯୁକ୍ତ ଭାବେ ନାମିତ କରାଯାଇଥିଲା। ଇଡି ପୂର୍ବରୁ ଦାଖଲ କରିଥିବା ଚାର୍ଜସିଟରେ ତାଙ୍କୁ ଅଭିଯୁକ୍ତ ଭାବରେ ଉଲ୍ଲେଖ କରିନଥିଲା।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories