www.samajalive.in
Sunday, December 14, 2025
23.1 C
Bhubaneswar

ଜାତୀୟ ପ୍ରେସ୍ ଦିବସ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ୫୬ତମ ଜାତୀୟ ପ୍ରେସ ଦିବସ ପାଳିତ ହୋଇ ଯାଇଛି ।  ସୂଚନା ଓ ଲୋକସମ୍ପର୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସଭାରେ ଜିଲ୍ଲାପାଳ ଆଶୀଷ ଇଶ୍ବର ପାଟିଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଗଣତନ୍ତ୍ରର ସୁରକ୍ଷା ଓ ରାଷ୍ଟ୍ର ଗଠନରେ ଗଣମାଧ୍ୟମର ଭୂମିକା ଉପରେ ଆଲୋକପାତ କରିଥିଲେ । ବରିଷ୍ଠ ସାମ୍ବାଦିକ ଅରୁପ ଜେନା ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ପ୍ରେସ ଦିବସର ଆଭିମୁଖ୍ୟ ଉପରେ ବର୍ଣ୍ଣନା କରିଥିଲେ। ସେହିଭଳି ବରିଷ୍ଠ ସାମ୍ବାଦିକ ଶିବ ପ୍ରସାଦ ତ୍ରିପାଠୀ, ପ୍ରେସ କ୍ଲବ ସଭାପତି ସୁନୀଲ ପଟ୍ଟନାୟକ, ସଦାଶିବ ପାତ୍ର ପ୍ରମୁଖ ସାମ୍ପ୍ରତିକ ସ୍ଥିତିରେ ଗଣମାଧ୍ୟମର ବିଭିନ୍ନ ଦିଗ ଉପରେ ମତ ରଖିଥିଲେ । ପ୍ରେସ ଦିବସ ଉପଲକ୍ଷେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଆୟୋଜିତ ବତ୍କୃତା ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ମୂଖ୍ୟ ଅତିଥି ପୁରଷ୍କାର ପ୍ରଦାନ କରିଥିଲେ । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଭାକର ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ। ଅଶୋକ ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

- Advertisement -

ସେହିଭଳି  ଜିଲା ପ୍ରେସ୍ କ୍ଳବ ପକ୍ଷରୁ ମଧ୍ୟ ଏହି ଜାତୀୟ ପ୍ରେସ ଦିବସ ଅବସରରେ ଏକ ଆଲୋଚନା ଚକ୍ର୍ର ମଧ୍ୟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥିଭାବେ ଅବସରପ୍ରାପ୍ତ ପୁଲିସ୍ କମାଣ୍ଡାଣ୍ଟ ନବୀନ କିଶୋର ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବେଳେ ଜିଲା ପ୍ରେସ୍ କ୍ଳବର ସଭାପତି ସୁନିଲ୍ ପଟ୍ଟନାୟକ ସଭା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପ୍ରେସ୍ କ୍ଳବର ବରିଷ୍ଠ ସଦସ୍ୟ ସନ୍ତୋଷ ଦିଗାଲ ଓ ଅନ୍ୟ ବହୁ ବରିଷ୍ଠ ସଦସ୍ୟମାନେ ଏଥିରେ ଅତିଥିଭାବେ ଯୋଗଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ ଓ ସଂପାଦକ ପ୍ରଶାନ୍ତ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ପ୍ରେସ୍ କ୍ଳବର ସଦସ୍ୟଙ୍କ ସମେତ ଜିଲାର ବିଭିନ୍ନ ଅଞ୍ଚଳରୁ ଯୋଗଦେଇଥିବା ସାମ୍ବାଦିକ ମାନଙ୍କୁ ପ୍ରେସ୍ କ୍ଳବ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories