www.samajalive.in
Monday, December 15, 2025
14.1 C
Bhubaneswar

୨୦୨୩ ଡିସେମ୍ବର ସୁଦ୍ଧା ପଦ୍ମପୁର ଜିଲା

ଭୁବ‌େ‌ନଶ୍ବର : ପଦ୍ମପୁର ଉପନିର୍ବାଚନ ପାଇଁ ରାଜନୈତିକ ପାଣିପାଗ ସରଗରମ ଥିଲାବେଳେ ଜିଲା ମାନ୍ୟତା ଦାବି ଜୋର ଧରିଛି। ବୁଧବାର ଏହି ପ୍ରସଙ୍ଗରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କ୍ରିୟାନୁଷ୍ଠାନ କମିଟିର ବୈଠକ ସଫଳ ହୋଇଛି। ପଦ୍ମପୁର ଉପଖଣ୍ଡକୁ ଜିଲା ମାନ୍ୟତା ପାଇଁ ନବୀନ ପ୍ରତିଶ୍ରୁତି ଦେଇଛନ୍ତି। ୨୦୨୩ ଡିସେମ୍ବର ୩୧ ସୁଦ୍ଧା ଜିଲା ମାନ୍ୟତା ମିଳିବ ବୋଲି ବିଜେଡି ସଭାପତି ଭାବେ ନବୀନ ପ୍ରତିଶ୍ରୁତି ଦେଇଥିଲେ।
ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ କ୍ରିୟାନୁଷ୍ଠାନ କମିଟି ସଦସ୍ୟ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ଏବେ ପଦ୍ମପୁର ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗିଥିବାରୁ ନବୀନ ବିଧିବଦ୍ଧ ଘୋଷଣା କରିନାହାନ୍ତି। ଏହି ପ୍ରସଙ୍ଗକୁ ବିଜେଡି ତା’ର ନିର୍ବାଚନ ଇସ୍ତାହାରରେ ସ୍ଥାନିତ କରିବାକୁ ପ୍ରତିଶ୍ରୁତି ଦେଇଛି। ସୂଚନା ଅନୁସାରେ, ପଦ୍ମପୁର ଉପଖଣ୍ଡକୁ ଜିଲା ମାନ୍ୟତା ଦେବା ପାଇଁ ବିଭିନ୍ନ ସ୍ଥାନରେ ଆନ୍ଦୋଳନ କରାଯାଉଛି। ଜିଲା ମାନ୍ୟତା ଦାବିକୁ ବିଜେଡି ପୂର୍ଣ୍ଣ ସମର୍ଥନ ଦେଇଛି। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଆମନ୍ତ୍ରଣକ୍ରମେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନେତୃତ୍ବରେ କ୍ରିୟାନୁଷ୍ଠାନ କମିଟିର ଏକ ପ୍ରତିନିଧି ଦଳ ଭୁବନେଶ୍ବର ଆସିଥିଲେ। ନବୀନ ନିବାସରେ ଦାବି ସମ୍ପର୍କରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିଲା। ଆଲୋଚନା ସଫଳ ହୋଇଥିବା କମିଟି ସଦସ୍ୟ ପ୍ରକାଶ କରିଛନ୍ତି। ପଦ୍ମପୁରକୁ ଜିଲା ମାନ୍ୟତା ଦେବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପୂଜାରୀ କହିଛନ୍ତି। ସୂଚନାଯୋଗ୍ୟ, ଭୌ‌େ‌ଗାଳିକ ସ୍ଥିତି ଦୃଷ୍ଟିରୁ ପଦ୍ମପୁର ଏକ ବଡ଼ ଅଞ୍ଚଳ। ତେଣୁ ଏଭଳି ଦାବି ପ୍ରତି ବିଜେଡିର ପୂର୍ଣ୍ଣ ସମର୍ଥନ ରହିଛି।
ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ଛଳନା: ଜୟନାରାୟଣ
ପଦ୍ମପୁର ଜିଲା କ୍ରିୟାନୁଷ୍ଠାନ କମିଟିକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତିକୁ ଛଳନା ବୋଲି କହିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ସବୁବେଳେ ପଶ୍ଚିମ ଓଡିଶା ଲୋକଙ୍କୁ ମିଛ କୁହନ୍ତି। ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ପ୍ରତିଷ୍ଠା ନେଇ ମୁଖ୍ୟମନ୍ତ୍ରୀଙ୍କର ପ୍ରତିଶ୍ରୁତି କୁଆଡେ ଗଲା? ପଦ୍ମପୁରକୁ ଜିଲା ଘୋଷଣା ଦାବି ଅନେକ ବର୍ଷର ପୁରୁଣା ଦାବି। ଏନେଇ ବିଜେପି ମଧ୍ୟ ଅନେକ ଦିନ ଧରି ଆନ୍ଦୋଳନରେ ସାମିଲ ଅଛି। ଆଜି ହଠାତ୍ ପଦ୍ମପୁର ଉପନିର୍ବାଚନକୁ ଦେଖି ଜିଲା କ୍ରିୟାନୁଷ୍ଠାନ କମିଟିକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ଏକ ଛଳନା। ଯେଉଁ ରାଜ୍ୟ ସରକାର ପଦ୍ମପୁରକୁ ସବ୍‌ଡିଭିଜନ ଘୋଷଣା କରିବା ପାଇଁ ରାଜି ନ ଥିଲେ ସେମାନେ ଆଜି ଜିଲା ଘୋଷଣା କଥା କହି ପଦ୍ମପୁରବାସୀଙ୍କୁ କେବଳ ଛଳନା ଓ ପ୍ରତାରଣା କରୁଛନ୍ତି ବୋଲି ଶ୍ରୀ ମିଶ୍ର କହିଛନ୍ତି।
ଏହାସହିତ ଫସଲବୀମା ନେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ ବରଗଡ ଜିଲା ପଦ୍ମପୁରର ଚାଷୀମାନେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ବୀମାରାଶି ପାଇବା ସହ ଓଡ଼ିଶାର ଚାଷୀମାନେ ରାଜ୍ୟ ସରକାରଙ୍କ ଚକ୍ରାନ୍ତରୁ ମୁକ୍ତି ପାଇଛନ୍ତି। ପଦ୍ମପୁରର ଚାଷୀମାନଙ୍କ ସମସ୍ୟାକୁ ସମାଧାନ କରିଥିବାରୁ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଓ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ସେ ଧନ୍ୟବାଦ ଦେଇଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ବିଧାୟକ ମୁକେଶ ମହାଲିଙ୍ଗ ଓ ବରଗଡ ଜିଲା ସଭାପତି ଅଶ୍ୱିନୀ ଷଡଙ୍ଗୀ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories