www.samajalive.in
Saturday, December 13, 2025
21.1 C
Bhubaneswar

ଅଗ୍ନିବୀରବାୟୁ ପରୀକ୍ଷା ନିମନ୍ତେ ପଞ୍ଜୀକରଣ ଜାରି, ଭାଗନେଇପାରିବେ ମହିଳା ପ୍ରାର୍ଥୀ

ଭୁବନେଶ୍ୱର: ଅଗ୍ନିବୀରବାୟୁ ନିଯୁକ୍ତି ପାଇଁ ଅନ୍‌ଲାଇନ୍‌ ପରୀକ୍ଷା ଆସନ୍ତା ୨୦୨୩ ଜାନୁଆରୀ ୧୮ରୁ ୨୪ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଏହି ପରୀକ୍ଷା ନିମନ୍ତେ ଅନ୍‌ଲାଇନ୍‌ରେ ପଞ୍ଜୀକରଣକୁ ଅନିବାର୍ଯ୍ୟ କରାଯାଇଛି। ପ୍ରଥମ ଥର ପାଇଁ ଏହି ପରୀକ୍ଷାରେ ମହିଳା ପ୍ରାର୍ଥୀମାନେ ଭାଗନେଇପାରିବେ ବୋଲି ସୂଚନା ଦିଆଯାଇଛି। ଏଥିପାଇଁ ଅନ୍‌ଲାଇନ୍‌ରେ ନାମ ପଞ୍ଜୀକରଣ ନଭେମ୍ବର ୭ରୁ ଆରମ୍ଭ ହୋଇଛି। ଏହା ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ  ଖୋଲା ରହିବ। ଉଭୟ ପୁରୁଷ ଓ ମହିଳା ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ଅଗ୍ନିବୀରବାୟୁ ପରୀକ୍ଷା ପାଇଁ ଆବେଦନ କରିପାରିବେ ବୋଲି କୁହାଯାଇଛି।

୨୦୦୨ ଜୁନ୍‌ ୨୭ରୁ ୨୦୦୫ ଡିସେମ୍ବର ୨୭ ତାରିଖ ମଧ୍ୟରେ ଜନ୍ମିତ ପ୍ରାର୍ଥୀମାନେ ଏହି ପରୀକ୍ଷାରେ  ଅଂଶଗ୍ରହଣ କରିପାରିବେ। ଯୁକ୍ତ-୨ ବିଜ୍ଞାନରେ ଗଣିତ, ପଦାର୍ଥ ବିଜ୍ଞାନ ଓ ଇଂରାଜୀରେ ୫୦ ପ୍ରତିଶତ ନମ୍ବର ସହିତ ମୋଟ ୫୦ ପ୍ରତିଶତ ନମ୍ବର ରଖିଥିବା ପ୍ରାର୍ଥୀ ଏହି ନିଯୁକ୍ତି ପରୀକ୍ଷାରେ ଭାଗ ନେବା ପାଇଁ ଯୋଗ୍ୟ ହେବେ। https://agnipathvayu.cdac.in ୱେବସାଇଟରେ ଲଗ୍‌ଇନ୍‌ କରି ପ୍ରାର୍ଥୀମାନେ ପଞ୍ଜୀକରଣ କରିବା ସହ ଅଧିକ ସୂଚନା ପାଇପାରିବେ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories