www.samajalive.in
Sunday, December 14, 2025
16.1 C
Bhubaneswar

ଭାରତର ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଶୋକ

ଭୁବନେଶ୍ୱର: ଭାରତର ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି ।  ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରଚାର ପ୍ରସାର ପାଇଁ ଅବସର ବେଉରିଆଙ୍କ ଉଦ୍ୟମ ଚିର ସ୍ମରଣୀୟ ହୋଇ ରହିବ ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି । ଟ୍ୱିଟ୍‌ ଯୋଗେ କେନ୍ଦ୍ରମନ୍ତ୍ରୀ  ଶୋକ ପ୍ରକାଶ କରିଥିବା ବେଳେ, ଶ୍ରୀ ବେଉରିଆ ଜଣେ ସ୍ନେହୀ ଓ ଅମାୟିକ ବ୍ୟକ୍ତିତ୍ୱ ସ୍ୱଭାବର ଥିଲେ ବୋଲି ଉଲ୍ଲେଖ କରିଛନ୍ତି । ଏଥି ସହିତ ଧର୍ମେନ୍ଦ୍ର ଅବସରଙ୍କ କଥା ମନେପକାଇଛନ୍ତି ।

ନିକଟରେ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକ ଉନ୍ମୋଚନ ସମୟରେ ତାଙ୍କ ସହ ସାକ୍ଷାତ୍ ହୋଇଥିଲା ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ଆଜି ତାଙ୍କ ନିଧନ ଖବରକୁ ମୁଁ ସହଜରେ ବିଶ୍ୱାସ କରିପାରୁନାହିଁ । ଭାରତୀୟ ରାଷ୍ଟ୍ରଦୂତ ଭାବରେ ତାଙ୍କର କାର୍ଯ୍ୟ ଅକଳ୍ପନୀୟ ଥିଲା । ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ତାଙ୍କର ଉଦ୍ୟମ ସବୁ ଦିନ ପାଇଁ ସ୍ମରଣୀୟ ହୋଇରହିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories