www.samajalive.in
Sunday, December 14, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀ କଳାକାର ସହାୟତା ପାଇଁ କଳାକାରଙ୍କ ଦକ୍ଷତା ପରୀକ୍ଷା

ଫୁଲବାଣୀ:କନ୍ଧମାଳ ଜିଲା ଖଜୁରୀପଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସଭା ଗୃହ ରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ପାଇଁ କଳାକାରମାନଙ୍କ ଦକ୍ଷତା ପରୀକ୍ଷା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କନ୍ଧମାଳ ଜିଲା ସାଂସ୍କୃତିକ ଅଧିକାରୀ ଅକ୍ଷୟ କୁମାର ସେଠୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ବ୍ଲକର ସମୁଦାୟ ୯୯ ଜଣ କଳାକାର ଆବେଦନ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୯୪ ଜଣ କଳାକାର ଦକ୍ଷତା ପରୀକ୍ଷା ଦେଇଥିଲେ। କାର୍ଯ୍ୟକ୍ରମରେ ମଞ୍ଚ ଅଭିନେତା ସୁବ୍ରତ କୁମାର ମହାନ୍ତି, ସଂଗୀତ ନିର୍ଦେଶକ ତଥା ଗୀତିକାର ରଞ୍ଜିତ କୁମାର ମୁଖି ଓ ବରିଷ୍ଠ କଳାକାର ବିଜେନ୍ଦ୍ର ପ୍ରଧାନ ବିଚାରକ ଭାବରେ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ କାର୍ଯ୍ୟକ୍ରମକୁ ଖଜୁରୀପଡା ବ୍ଲକର ସାମାଜିକ ସୁରକ୍ଷା ଅଧିକାରୀଙ୍କ ସହ ଜିଲା ସାଂସ୍କୃତିକ ଅଧିକାରୀ ଅକ୍ଷୟ କୁମାର ସେଠୀ, ଡିଇଓ ଉଜ୍ୱଳ କୁମାର ସାହୁ ଓ ବ୍ଲକର ଅନ୍ୟ କର୍ମଚାରୀ ମାନେ ପରିଚାଳନା କରିଥିଲେ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories