www.samajalive.in
Monday, December 15, 2025
14.1 C
Bhubaneswar

ସାପ୍ତାହିକ ରାଶିଫଳ (୨୦-୨୬/ ୧୧/ ୨୦୨୨)

ମେଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ବିବାଦରେ ପଡ଼ିପାରନ୍ତି। ବୁଧବାର ଓ ଗୁରୁବାର କର୍ମ ଅନୁରୂପ ଫଳପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ପ୍ରତିଷ୍ଠା ଲାଭ କରିବେ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଓଁ ହଂ ପବନ ନନ୍ଦନାୟ ସ୍ବାହା ମନ୍ତ୍ର ଜପ କରନ୍ତୁ।

ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଯଶ, ମାନ, ଗୌରବର ଅଧିକାରୀ ହେବେ। ବୁଧବାର ଓ ଗୁରୁବାର ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ଶୁକ୍ରବାର ଓ ଶନିବାର ଧାର୍ମିକ ଚେତନାରେ ଉଦ୍‌ବୁଦ୍ଧ ହେବେ। ପାରିବାରିକ ଶାନ୍ତି ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ସମସ୍ୟାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।

- Advertisement -

ମଣିଷ ପରି ଦିଶୁଛି ଛେଳିଛୁଆ; ଦେଖନ୍ତୁ ଏହି ଭିଡିଓ  

ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନିଜ କର୍ମ ପ୍ରତି ଅନୁରକ୍ତି ହେବେ। ବୁଧବାର ଓ ଗୁରୁବାର ବ୍ୟବସାୟରେ ଲାଭବାନ ହେବେ। ନୂତନ ନିଯୁକ୍ତି ମିଳିପାରେ। ଶୁକ୍ରବାର ଓ ଶନିବାର ଆଘାତ ଲାଗିପାରେ। ଯାତ୍ରାଜନିତ କ୍ଳେଶ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।

କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମାଶ୍ରୟୀ ହେବେ। ଗୁରୁଜନମାନଙ୍କର ଆଶୀର୍ବାଦ କାମନା କରିବେ। ବୁଧବାର ଓ ଗୁରୁବାର ସ୍ତ୍ରୀଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା କରିବେ। ଶୁକ୍ରବାର ଓ ଶନିବାର ପ୍ରଗତିଶୀଳ ହେବେ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ପାଇଁ ସାବଧାନତା ଲୋଡ଼ା। ରିଷ୍ଟଖଣ୍ଡନ ପାଇଁ ଓଁ ନାରାୟଣାୟ ନମଃ ମନ୍ତ୍ର ଜପ କରନ୍ତୁ।

ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜମିବାଡ଼ି ଗଣ୍ଡଗୋଳ ଦେଖାଦେଇ ପାରେ। ବୁଧବାର ଓ ଗୁରୁବାର ଭ୍ରମଣପ୍ରିୟ ହେବେ। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ଶୁକ୍ରବାର ଓ ଶନିବାର ପ୍ରେମରେ ସଫଳତା ପାଇବେ। ପ୍ରତିଷ୍ଠାଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।

କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ବୁଧବାର ଓ ଗୁରୁବାର ଋଣଯୁକ୍ତ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର ସୌଖୀନ ଦ୍ରବ୍ୟ କ୍ରୟ କରିବେ। ପାରିବାରିକ ସହଯୋଗ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବିଷ୍ଣୁ ସହସ୍ର ନାମ ପାଠ କରନ୍ତୁ।

ତୁଳା: ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପରିଶ୍ରମ ଅନୁସାରେ ଫଳପ୍ରାପ୍ତି ହେବ। ବୁଧବାର ଓ ଗୁରୁବାର ଯୋଗାଯୋଗ କ୍ଷେତ୍ରରେ ସଫଳତା ଲାଭ କରିବେ। ଶୁକ୍ରବାର ଓ ଶନିବାର ମାନସିକ ଚାପ ବୃଦ୍ଧି ଘଟିବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।

ବିଛା: ରବିବାର ଓ ସୋମବାର ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ସନ୍ତାନ ହେତୁକ ସମସ୍ୟା ଦୂରହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ନୂତନ ନିଯୁକ୍ତି ମିଳିପାରେ। ଶୁକ୍ରବାର ଓ ଶନିବାର ନୂତନ ଜମିବାଡ଼ି କ୍ରୟ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀସୁନ୍ଦରାକାଣ୍ଡ ପାଠ କରନ୍ତୁ।

ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଯାତ୍ରାକାଳୀନ ସାବଧାନତା ଲୋଡ଼ା। ବୁଧବାର ଓ ଗୁରୁବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ଶୁକ୍ରବାର ଓ ଶନିବାର ସୁସମ୍ବାଦ ମିଳିପାରେ। କାର୍ଯ୍ୟରେ ପଦୋନ୍ନତି ମିଳିପାରେ। ମହିଳା  ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ତାରେ ତୁତାରେ ତୁରେ ସ୍ବାହା ମନ୍ତ୍ର ଜପ କରନ୍ତୁ।

ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଦାମ୍ପତ୍ୟରେ ଆନନ୍ଦ ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଦୂରଯାତ୍ରା ସ୍ଥଗିତ ରଖିବା ଭଲ। ଶାରୀରିକ ଅସୁସ୍ଥତା ଦେଖାଦେବ। ଶୁକ୍ରବାର ଓ ଶନିବାର ପଠନ ପ୍ରିୟ ହେବେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ କାଳୀଙ୍କର ମନ୍ତ୍ର ଜପ କରନ୍ତୁ।

କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ମଧ୍ୟମଫଳ ଲାଭ କରିବେ। ବୁଧବାର ଓ ଗୁରୁବାର ବୈବାହିକ ସମସ୍ୟା ଦୂର ହେବ। ପାରିବାରିକ ସହଯୋଗ ଲାଭ ହେବ। ଶୁକ୍ରବାର ଓ ଶନିବାର ପଡ଼ୋଶୀଙ୍କ ସହିତ ମତଭେଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀନାରାୟଣ କବଚ ପାଠ କରନ୍ତୁ।

ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ଲାଭବାନ ହେବେ। ବୁଧବାର ଓ ଗୁରୁବାର ଯୋଗାଯୋଗ କ୍ଷେତ୍ରରୁ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ପାରିବାରିକ ଶାନ୍ତି ପ୍ରାପ୍ତ ହେବ। ନୂତନ ନିଯୁକ୍ତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ କର୍ମାଶ୍ରୟୀ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ର ନାମ ପାଠ କରନ୍ତୁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories