www.samajalive.in
Monday, December 15, 2025
26.1 C
Bhubaneswar

‘ଜନଜାତୀୟ ଗୌରବ ଦିବସ-୨୦୨୨’ ଉଦ୍‌ଯାପିତ, ୭୫ ଜଣ ଜନଜାତି ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ସ୍ଥାନୀୟ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନଠାରେ ନଭେମ୍ବର ୧୫ ତାରିଖରୁ ଆରମ୍ଭ ହୋଇଥିବା ସପ୍ତାହ ବ୍ୟାପୀ ‘ଜନଜାତୀୟ ଗୌରବ ଦିବସ-୨୦୨୨’ ଆଜି ଉଦ୍‌ଯାପିତ ହୋଇଯାଇଛି । ଏହି ସମାରୋହରେ ୭୫ ଜଣ ଜନଜାତି ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।
ଏତଦ୍‌ବ୍ୟତୀତ ୩ଟି ଆଦିବାସୀ ନୃତ୍ୟ ଆୟୋଜନ, ଜନଜାତି ସ୍ୱାଧୀନତା ସଂଗ୍ରାମୀଙ୍କ ଜୀବନୀ ଉପରେ ଆଧାରିତ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶନ, ୧୨ଟି ଜନଜାତି ଗୋଷ୍ଠୀଙ୍କର କଳା ଓ କଳାବସ୍ତୁ ପ୍ରଦ ର୍ଶନୀ ଅନଷ୍ଠୁିତ ହେବା ସହ ସମଗ୍ର ଅନୁଷ୍ଠାନକୁ ଆଲୋକମାଳାରେ ସଜ୍ଜିତ କରାଯାଇଥିଲା।
ଆଜି ଏହି ଉଦ୍‌ଯାପନୀ ଦିବସରେ ଅନୁଷ୍ଠାନର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ପୂର୍ବତନ ନିର୍ଦେଶିକା ସୁମିତା ଦାସ, ଯୁଗ୍ମ ନିର୍ଦେଶିକା କଳ୍ପନା ପଟ୍ଟନାୟକ, ଉପନିର୍ଦେଶକ ମାନସ ମହାପାତ୍ର ଓ ଆରତୀ ମଲ୍ଲ, ଉପସ୍ଥିତ ରହି ଅନୁଷ୍ଠାନର ୨୯ ଜଣ ସଫେଇ କର୍ମଚାରୀଙ୍କୁ ୨୦୦୦ ଟଙ୍କା ଲେଖାଏଁ ଅର୍ଥରାଶି, ସାଲ୍‌ ଓ ପ୍ରମାଣପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏତଦ ବ୍ୟତୀତ ଅନୁଷ୍ଠାନର ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ୨୫ ଜଣ ଜନଜାତି କଳାକାରଙ୍କୁ ପ୍ରମାଣପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories