www.samajalive.in
Monday, December 15, 2025
16.1 C
Bhubaneswar

ନଭେମ୍ବର ୨୩ରୁ ଦଶମ ଶ୍ରେଣୀ ସମ୍ମେଟିଭ-୧ ପରୀକ୍ଷା: ୩ ହାଜର୨୯ଟି ସେଣ୍ଟରରେ ପରୀକ୍ଷା ଦେବେ ୫ ଲକ୍ଷ ୪୦ ହଜାରରୁ ଅଧିକ ଛାତ୍ରଛାତ୍ରୀ

ଭୁବନେଶ୍ବର: କଟକ ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ପାଇଁ ‘ଦଶମ ସମ୍ମେଟିଭ-୧’ ପରୀକ୍ଷା ଆସନ୍ତାକାଲି ତଥା ନଭେମ୍ବର ୨୩ରୁ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ଏହି ପରୀକ୍ଷା ଆରମ୍ଭ ହୋଇ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନ ଇଂରାଜୀ ପରୀକ୍ଷା ହେବାକୁ ଥିବାବେଳେ ନଭେମ୍ବର ୨୫ରେ ଗଣିତ ଓ ନଭେମ୍ବର ୨୬ରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ସେହିପରି ନଭେମ୍ବର ୨୭ରେ ପ୍ରାକ୍ଟିକାଲ, ନଭେମ୍ବର ୨୮ରେ ସାଧାରଣ ବିଜ୍ଞାନ, ନଭେମ୍ବର ୨୯ରେ ସାମାଜିକ ବିଜ୍ଞାନ ଏବଂ ନଭେମ୍ବର ୩୦ ତାରିଖରେ ତୃତୀୟ ଭାଷା ପରୀକ୍ଷା କରାଯିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।
ଚଳିତଥର ମାଟ୍ରିକ ପରୀକ୍ଷା ପାଇଁ ମୋଟ ୩ ହାଜର୨୯ଟି ସେଣ୍ଟର କରାଯାଇଛି । ୩୧୬ ନୋଡାଲ ସେଣ୍ଟରେ ପ୍ରଶ୍ନପତ୍ର କଡ଼ା ସୁରକ୍ଷାରେ ମଧ୍ୟରେ ରଖାଯାଇଛି। ମାଓ ପ୍ରବଣ ଅଞ୍ଚଳ କନ୍ଧମାଳରେ ୭ଟି, ମାଲକାନଗିରିରେ ୧୦ଟି ଓ କୋରାପୁଟରେ ୫ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି । ଚଳିତ ଥର ୫ ଲକ୍ଷ ୪୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ର ଭିତରକୁ କେବଳ ପେନ୍ ଓ ଆଡମିଟ କାର୍ଡ ନେଇପାରିବେ ବୋଲି ନିର୍ଦେଶ ଜାରି କରାଯାଇଛି।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories