www.samajalive.in
Tuesday, December 9, 2025
15.1 C
Bhubaneswar

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଦଶମ ସନ୍ଧ୍ୟା: ଓଡ଼ିଶାର ଲୋକପି୍ରୟ ଲୋକସଂସ୍କୃତି ଉପରେ ଆଧାରିତ ଥିଲା ଆଜିର ସାଂସ୍କୃତିକ କାର୍ଯ୍ୟକ୍ରମ

ଭୁବନେଶ୍ୱର:ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଦଶମ ସଂଧ୍ୟାରେ ବରେଣ୍ୟ ଅତିଥି ଭାବରେ ଓଡ଼ିଶା ହାଇକୋର୍ଟ, କଟକର ମାନ୍ୟବର ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ ଏବଂ ବିଶିଷ୍ଟ କବୟିତ୍ରୀ ଓ ଲେଖିକା ଶ୍ରୀମତୀ ଅଭି«ା ଦାସ ଯୋଗଦେଇ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପାଦପଦ୍ମରେ ପୁଷ୍ପଗୁଚ୍ଛ ଅର୍ପଣ କରି ପ୍ରଦୀପ ପ୍ରଜ୍ୱଳନ କରିବା ସହିତ ରୁଦ୍ରାକ୍ଷ ବୃକ୍ଷରେ ଜଳାର୍ପଣ କରି ସାଂସ୍କୃତିକ ସଂଧ୍ୟାର ଶୁଭାରମ୍ଭ କରିଥିଲେ । ମଞ୍ଚରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀଯୁକ୍ତ ଶ୍ରୀକାନ୍ତ ପୃଷ୍ଟି ଏବଂ ହସ୍ତଶିଳ୍ପ ନିର୍ଦ୍ଦେଶକ ଶ୍ରୀଯୁକ୍ତ ଶ୍ୟାମଭକ୍ତ ମିଶ୍ର ଉପସ୍ଥିତ ରହି ବରେଣ୍ୟ ଅତିଥିଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ମାନିତ କରିଥିଲେ ।
ଆଜିର ସାଂସ୍କୃତିକ ସନ୍ଧ୍ୟା ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଲୋକସଂସ୍କୃତି ପାଇଁ ସମର୍ପିତ ଥିଲା । ଦର୍ଶକ ତଥା ପରିଦର୍ଶକମାନଙ୍କୁ ଏହା ଓଡ଼ିଶାର କଳା, ସଂସ୍କୃତି ତଥା ଜୀବନଶୈଳୀ ସହ ପରିଚିତ କରାଇଥିଲା । ଢାପ ପୁଆଁରୀ କଳାକେନ୍ଦ୍ର, ଟିଟିଲାଗଡର କଳାକାରବୃନ୍ଦ ରସରକେଲୀ ନୃତ୍ୟର ତାଳେ ତାଳେ ଦର୍ଶକଙ୍କ ମନ ମୋହିଲାବେଳେ କଳାଜୀବୀ, ବରଗଡ଼ ଏବଂ କୋଶଳ ଫୋକ୍‌ ଏକାଡେମୀ, ବଲାଙ୍ଗୀରର ନୃତ୍ୟଶିଳ୍ପୀମାନେ ଡାଲଖାଇର ତାଳେ ତାଳେ ପରିଦର୍ଶକମାନଙ୍କର ମନୋରଞ୍ଜନ କରିଥିଲେ । ସୁନାମଧନ୍ୟ ଗାୟିକା ପଦ୍ମିନୀ ଡୋରା ଓ ତାଙ୍କର ସାଥି କଳାକାରମାନେ ଆଜିର ସମ୍ବଲପୁରୀ ସଙ୍ଗୀତର ସନ୍ଧ୍ୟାର ଆସରକୁ ଜମାଇଥିଲେ ।
ଆଜି ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଦଶମ ସଂଧ୍ୟାରେ ପ୍ରବଳ ଜନ ସମାଗମ ହୋଇଥିଲା । ଦର୍ଶକମାନେ ହସ୍ତଶିଳ୍ପ ଏବଂ ହସ୍ତତନ୍ତର ବିଭିନ୍ନ ଷ୍ଟଲରେ ବୁଲି ବିଭିନ୍ନ ସାମଗ୍ରୀ କିଣିବା ସହ ସାଂସ୍କୃତିକ କାର୍ଯକ୍ରମର ମଜା ଉଠାଇଥିଲେ । ସବୁଦିନ ଭଳି ଆଜି ବି ଫୁଡ କୋର୍ଟରେ ବହୁି ଗହଳି ପରିଲକ୍ଷିତ ହୋଇଥିଲା । ପରିଦର୍ଶକମାନେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସୁସ୍ୱାଦୁ ତଥା ପାରମ୍ପରିକ ଖାଦ୍ୟର ବ୍ୟଞ୍ଜନ ମନଭରି ଉପଭୋଗ କରୁଥିଲେ । ଛୋଟ ପିଲାମାନେ କିଡ୍ସ ପ୍ଲେ ଜୋନରେ ବିଭିନ୍ନ ପ୍ରକାରର ଦୋଳି ଖେଳି ଆନନ୍ଦ ଲାଭ କରିଥିଲେ । ଏହି ମେଳା ପ୍ରତ୍ୟହ ଦିବା ୨.୩୦ ଘଟିକା ଠାରୁ ରାତ୍ର ୯.୩୦ ଘଟିକା ପର୍ଯ୍ୟନ୍ତ ଖୋଲା ରହୁଛି ଓ ଏହା ଫେବୃୟାରୀ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories