www.samajalive.in
Sunday, December 14, 2025
26.1 C
Bhubaneswar

ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ

ପିପିଲି: ପିପିଲି ବ୍ଲକ ତେଇସିପୁର ପଞ୍ଚାୟତ ଅର୍ନ୍ତଗତ ପୋଡଙ୍ଗ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ କମଳିନୀ ମୁଦୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ଜିଲା ପରିଷଦ ସଭ୍ୟ ଧରଣୀଧର ସାହୁ, ସମାଜସେବୀ ବାସୁଦେବ ପଣ୍ଡା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି କାଳନ୍ଦୀ ଚରଣ ପରିଡ଼ା, ସିଆର୍‌‌ସିସି ଭଗବାନ ସାହୁ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସଞ୍ଜୁକ୍ତା କୁମାରୀ ମିଶ୍ର ବାର୍ଷିକ ବିବରଣୀ ପାଠ କରିବା ସହ ବିଦ୍ୟାଳୟର ସଫଳତା ସଂପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ପରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସମସ୍ତ କାର୍ଯ୍ୟକ୍ରମକୁ ସହକାରୀ ଶିକ୍ଷକ ମହେଶ୍ୱର ନାୟକ, ରଶ୍ମିତା ବେହେରା, ପୁଷ୍ପିତା ରଥ, ଅମିତା କର, ଶ୍ରୀଧର ପ୍ରଧାନ ପ୍ରମୁଖ ପରିଚାଳନା କରିଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories