www.samajalive.in
Saturday, December 13, 2025
26.1 C
Bhubaneswar

ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପରେ କଟକ ଅଭିମୁଖେ ମହାମହିମ

ଭୁବନେଶ୍ୱର : ଦୁଇ ଦିନିଆ ଓଡିଶା ଗସ୍ତରେ ମହାମହିମ। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ପ୍ରଭୁଙ୍କ ଜଳାଭିଷେକ ସହ ପୂଜାର୍ଚ୍ଚନା କରିଛନ୍ତି। ରାଷ୍ଟ୍ରପତି ସକାଳ ୯ଟା ୮ ମିନିଟରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ପହଞ୍ଚିଥିଲେ। ଏହାପରେ ଖାଲିପାଦରେ ବିନ୍ଦୁସାଗର ନିକଟରୁ ଚାଲି ଚାଲି ଯାଇଥିଲେ। ବିନ୍ଦୁ ସାଗର ଦେଇ ସେ ଲିଙ୍ଗରାଜ ମନ୍ଦିରରେ ପହଞ୍ଚିଥିଲେ। ମନ୍ଦିର ପରିସରରେ ଥିବା ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ। ପ୍ରଭୁ ଶ୍ରୀଲିଙ୍ଗରାଜ ମା’ ପାର୍ବତୀଙ୍କୁ ଦର୍ଶନ ପରେ ମନ୍ଦିରବେଢା ପରିକ୍ରମା କରିଥିଲେ।  ମନ୍ଦିର ରେଜିଷ୍ଟରରେ ମହାମହିମ ଦେଶ ଉଦେଶ୍ୟରେ ବାର୍ତ୍ତା ଲେଖିଛନ୍ତି। ଏହାପରେ ମହାଦେବଙ୍କ ନିକଟରେ ବିଶ୍ୱବାସୀଙ୍କ ମଙ୍ଗଳ କାମନା କରିଛନ୍ତି।

ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପରେ କଟକ ଅଭିମୁଖେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରୁ ବାହାରି କଟକ ଅଭିମୁଖେ ଯାଉଛନ୍ତି। ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା କେନ୍ଦ୍ର ଯିବେ ରାଷ୍ଟ୍ରପତି। ଧାନ ଗବେଷଣା କେନ୍ଦ୍ରରେ ଇଣ୍ଡିଆନ୍‌‌ ରାଇସ୍‌‌ କଂଗ୍ରେସର ଉଦଘାଟନ କରିବେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories