www.samajalive.in
Wednesday, December 10, 2025
16.1 C
Bhubaneswar

ଭୀମଭୋଇ ସରକାରୀ ଦୃଷ୍ଟିହୀନ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ପାଳିତ

ଭୁବନେଶ୍ୱର: ଆଜି ଭୀମଭୋଇ ସରକାରୀ ଦୃଷ୍ଟିହୀନ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ବିଦ୍ୟାଳୟ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ପୁରସ୍କାର ବିଦରଣ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସନ୍ଥ କବି ଭୀମଭୋଇଙ୍କର କାଳଜୟୀ କବିତାରୁ ପଦେ ଉଦ୍ଦୃତ କରି ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। ଏଥି ସହିତ ଜୀବନରେ ସଫଳତା ପାଇବା ପାଇଁ ଦୃଢ଼ ଆତ୍ମବିଶ୍ୱାସ ପୋଷଣ କରିବାକୁ ମଧ୍ୟ ବକ୍ତବ୍ୟରେ ମନ୍ତ୍ରୀ ଶ୍ରୀ ଦାଶ ପ୍ରକାଶ କରିଥିଲେ । ବିଧାୟକ ଅନନ୍ତ ନାରାୟଣ ଜେନା ଓଡ଼ିଶାରେ ସଫଳତା ଅର୍ଜନ କରିଥିବା କିଛି ବ୍ୟକ୍ତିବିଶେଷଙ୍କ ଉଦାହରଣ ଦେଇ ପିଲାମାନଙ୍କୁ ଆଗକୁ ସଫଳତା ଅର୍ଜନ କରିବାକୁ ପ୍ରେରଣା ଦେଇଥିଲେ ତଥା ନିଜକୁ ସର୍ବଦା ସକ୍ଷମ ମଣିବାକୁ ଉତ୍ସାହ ପ୍ରଦାନ କରିଥିଲେ।

ସ୍ଥାନୀୟ କର୍ପୋରେଟର ରଞ୍ଜୁଲତା ରାୟ, ପୁଷ୍ପାଞ୍ଜଳି ମହାପାତ୍ର, ପ୍ରଧାନ ଶିକ୍ଷୟିତ୍ରୀ, ବିପିନ ବିହାରୀ ବଧୀର ବିଦ୍ୟାଳୟ, ଭୁବନେଶ୍ୱର, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଜୟଶ୍ରୀ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସ୍ମିତା ବିଶ୍ୱାଳ ସ୍ୱାଗତ ଭାଷଣ ଦେଇଥିବାବେଳେ ଶିକ୍ଷୟିତ୍ରୀ କଳାଶ୍ରୀ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories