www.samajalive.in
Wednesday, December 10, 2025
23.1 C
Bhubaneswar

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା:କିଡ୍ସ ପ୍ଲେ ଜୋନରେ ଛୋଟ ପିଲା ଓ ସାଂସ୍କୃତିକ ମଣ୍ଡପରେ ଦର୍ଶକଙ୍କ ଗହଳି

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସଂଧ୍ୟାରେ ବରେଣ୍ୟ ଅତିଥି ଭାବରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅଶ୍ୱଥି ଏସ୍‌, ଯୋଗଦେଇ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପାଦପଦ୍ମରେ ପୁଷ୍ପଗୁଚ୍ଛ ଅର୍ପଣ କରି ପ୍ରଦୀପ ପ୍ରଜ୍ୱଳନ କରିବା ସହିତ ରୁଦ୍ରାକ୍ଷ ବୃକ୍ଷରେ ଜଳାର୍ପଣ କରି ସାଂସ୍କୃତିକ ସଂଧ୍ୟାର ଶୁଭାରମ୍ଭ କରିଥିଲେ । ମଞ୍ଚରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଅତିରିକ୍ତ ସଚିବ ବିକ୍ରମାଦିତ୍ୟ ବାରିକ ଏବଂ ହସ୍ତଶିଳ୍ପ ନିର୍ଦେଶକ ଶ୍ରୀଯୁକ୍ତ ଶ୍ୟାମଭକ୍ତ ମିଶ୍ର ଉପସ୍ଥିତ ରହି ବରେଣ୍ୟ ଅତିଥିଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ମାନିତ କରିଥିଲେ।

ଆଜିର ସାଂସ୍କୃତିକ ସନ୍ଧ୍ୟାରେ ଅତି ପରିଚିତ କଣ୍ଠଶିଳ୍ପୀ ଆଶୁତୋଷ ମହାନ୍ତି, ଅମ୍ରିତା ନାୟକ, ବିଶ୍ୱଜିତ ମହାପାତ୍ର ଏବଂ ଦେବାଂଶି ଦାସ ନିଜ ସଙ୍ଗୀତର ତାଳେ ତାଳେ ଦର୍ଶକମାନଙ୍କୁ ବିମୋହିତ କରାଇଥିଲେ। ଦେବାଂଶି ଦାସ, ୨୦୨୧ ରେ ଜୀ ସାର୍ଥକ ‘ସା ରେ ଗା ମା ପା’ର ବିଜେତା ଥିଲେ, ଯାହାଙ୍କ ସଂଗୀତରେ ଲୋକମାନେ ମନ୍ତ୍ରମୁଗ୍ଧ ହୋଇ ଯାଇଥିଲେ। ସୁନାମଧନ୍ୟ କଳାକାର ଆଶୁତୋଷ ମହାନ୍ତି ଏବଂ ଅମ୍ରିତା ନାୟକ ନିଜର ସଙ୍ଗୀତର ଯାଦୁଗରୀରେ ଦର୍ଶକମାନଙ୍କ ମନରେ ଉଦ୍ଦୀପନା ଭରି ଦେଇଥିଲେ। ଇଣ୍ଡିଆନ ଆଇଡଲ୍‌ ସିଜନ-୧୦ ରେ ଟପ୍‌ ୮ ପ୍ରତିଯୋଗୀ ବିଶ୍ୱଜିତ ମହାପାତ୍ର ଯିଏ କି ବଲିଉଡ ଓ ଓଡ଼ିଆ ସଙ୍ଗୀତରେ ନିଜର କଣ୍ଠଦାନ କରିଛନ୍ତି, ସେ ନିଜର କଣ୍ଠର ଯାଦୁଗରୀରେ ଲୋକମାନଙ୍କର ମନୋରଞ୍ଜନ କରିଥିଲେ।

- Advertisement -

ଆଜି ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସଂଧ୍ୟାରେ ପ୍ରବଳ ଜନସମାଗମ ହୋଇଥିଲା। ଦର୍ଶକମାନେ ହସ୍ତଶିଳ୍ପ ଏବଂ ହସ୍ତତନ୍ତର ବିଭିନ୍ନ ଷ୍ଟଲରେ ବୁଲି ବିଭିନ୍ନ ସାମଗ୍ରୀ କିଣିବା ସହ ସାଂସ୍କୃତିକ କାର୍ଯକ୍ରମର ମଜା ଉଠାଇଥିଲେ। ସବୁଦିନ ଭଳି ଆଜି ବି ଫୁଡ କୋର୍ଟରେ ବହୁି ଗହଳି ପରିଲକ୍ଷିତ ହୋଇଥିଲା। ପରିଦର୍ଶକମାନେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସୁସ୍ୱାଦୁ ତଥା ପାରମ୍ପରିକ ଖାଦ୍ୟର ବ୍ୟଞ୍ଜନ ମନ ଭରି ଉପଭୋଗ କରୁଥିଲେ। ଛୋଟ ପିଲାମାନେ କିଡ୍ସ ପ୍ଲେ ଜୋନରେ ବିଭିନ୍ନ ପ୍ରକାରର ଦୋଳି ଖେଳି ଆନନ୍ଦ ଲାଭ କରିଥିଲେ। ଏହି ମେଳା ପ୍ରତ୍ୟହ ଦିବା ୨.୩୦ ଘଟିକା ଠାରୁ ରାତ୍ର ୯.୩୦ ଘଟିକା ପର୍ଯ୍ୟନ୍ତ ଖୋଲା ରହୁଛି ଓ ଏହା ଫେବୃୟାରୀ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories