www.samajalive.in
Monday, December 15, 2025
16.1 C
Bhubaneswar

ଧରଣୀଧର ମହାବିଦ୍ୟାଳୟକୁ ମିଳିଲା ବିଶ୍ଵବିଦ୍ୟାଳୟ ମାନ୍ୟତା

କେନ୍ଦୁଝର: କେନ୍ଦୁଝର ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ଵବିଦ୍ୟାଳୟ ମାନ୍ୟତା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଏକ ଭିଡିଓ ବାର୍ତ୍ତା ଜରିଆରେ ଏନେଇ ଘୋଷଣା କରିଛନ୍ତି। ବାରିପଦା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ଅଧୀନରେ ଥିବା ଡିଡି କଲେଜ୍ ଏବେ ବିଶ୍ବବିଦ୍ୟାଳୟ ହୋଇଛି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ଜାରି କରାଯାଇଛି।

ଏଠାରେ ଉଲ୍ଲେଖଯୋଗ୍ୟ, ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଗସ୍ତ କରି ଜିଲାବାସୀଙ୍କୁ ପ୍ରାୟ ୪୭୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟିଦେବେ। ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଉଦ୍‌ଘାଟନ କରିବେ ଓ ପରେ ସାଧାରଣ ସଭାରେ ଯୋଗ ଦେବେ ନବୀନ। ତେବେ ଗସ୍ତ ପୂର୍ବରୁ ଆଜି କେନ୍ଦୁଝରବାସୀଙ୍କୁ ଏହି ବଡ଼ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଜିଲାବାସୀଙ୍କ ଦୀର୍ଘ ଦିନର ଦାବୀ ପୂରଣ ହୋଇଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories