www.samajalive.in
Sunday, December 14, 2025
19.1 C
Bhubaneswar

ମେଡିକାଲ କଲେଜ ସହ କେନ୍ଦୁଝରବାସୀଙ୍କୁ ୪୭୦୩.୨୪ କୋଟିର ଭେଟି

କେନ୍ଦୁଝରଗଡ଼: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କେନ୍ଦୁଝର ଗସ୍ତରେ ଯାଇ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି। ଏଥିସହ ଜିଲାବାସୀଙ୍କୁ ମୋଟ୍‌ ୪୭୦୩.୨୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି। ୪୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଖୁବ୍‌ଶୀଘ୍ର ସମସ୍ତ ବିଭାଗ କାର୍ଯ୍ୟକ୍ଷମ ହେବା ସହିତ ଆଦିବାସୀ ବହୁଳ କେନ୍ଦୁଝରବାସୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ୨୦୧୬ରେ ମୁଖ୍ୟମନ୍ତ୍ରୀ ଏହି ମେଡିକାଲ କଲେଜ ଓ ହସ୍ପିଟାଲର ଶିଳାନ୍ୟାସ କରିଥିଲେ। ଅପରପକ୍ଷେ ୧୪ହଜାର ୩୭୨ଟି ସ୍ବୟଂ ସହାୟକ ଗୋଷ୍ଠୀକୁ ବିନା ସୁଧରେ ୩୭୮କୋଟି ଟଙ୍କାର ଋଣ ଯୋଗାଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍, ପୂର୍ବତନ ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର, ସାଂସଦ ଚନ୍ଦ୍ରାଣୀ ମୁର୍ମୁଙ୍କ ସହ ଅନେକ ବିଧାୟକ ଓ ମନ୍ତ୍ରୀମାନେ ଉପସ୍ଥିତ ଥିଲେ।

- Advertisement -

 

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories