www.samajalive.in
Tuesday, December 9, 2025
16.1 C
Bhubaneswar

ଦୁର୍ଘଟଣାରେ ଯୁବକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ମାଝୀଗୁଡା ପଞ୍ଚାୟତର କଲୋନୀ ସାହିର ଯୁବକ ପ୍ରଶାନ୍ତ ପ୍ରାସ୍କା(୨୦)ଙ୍କର ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ପୁଲିସ କହିବା ଅନୁଯାୟୀ, ଏକ ଗାଡ଼ିରେ ପ୍ରଶାନ୍ତ ଓ ତାଙ୍କ ସାଙ୍ଗ ଅରୁଣ କରକରିଆ ମାଝୀଗୁଡାଠାରୁ କୁମ୍ଭାରଗୁଡା ଛକକୁ ଯାଇ ଶନିବାର ବିଳମ୍ବିତ ରାତିରେ ଫେରୁଥିବା ବେଳେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଯାହା ଫଳରେ ଗାଡିଟି ଭାଙ୍ଗି ଯାଇଥିଲା ଓ ଏଥିରେ ପ୍ରଶାନ୍ତ ଗୁରୁତର ଆହତ ହୋଇଥିବା ବେଳେ ସାଥି ଅରୁଣ ସାମାନ୍ୟ ଆହତ ହୋଇଥିଲେ । ଖବର ପାଇ ପୁଲିସ ସକାଳୁ ଘଟଣା ସ୍ଥଳରେ ପହଞ୍ଚି ଗାଡ଼ି ଜବତ କରିବା ସହ ଗୁରୁତର ପ୍ରଶାନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ପ୍ରଶାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଥାନା ଅଧିକାରୀ ମୁକୁନ୍ଦ ଦେବ ନାୟକ ୨୭୯/୩୦୪ ଆଇପିସିରେ ଏକ ମାମଲା ରୁଜୁ କରି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛନ୍ତି।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories