www.samajalive.in
Friday, December 12, 2025
15.1 C
Bhubaneswar

ଭୁବନେଶ୍ବର ଏମ୍ସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବ‌େ‌ନଶ୍ବର : ଏମ୍ସ ଭୁବନେଶ୍ବରରେ ଜଣେ ପଙ୍ଗୁପ୍ରାୟ ମହିଳା ରୋଗୀଙ୍କର ଏକକାଳୀନ ଦୁଇ ଆଣ୍ଠୁ ଓ ଦୁଇ ହିପ୍(ଚଟୁଆ ଗଣ୍ଠି)ର ସଫଳ ପ୍ରତିରୋପଣ କରାଯାଇଥିଲା। ଭୁବନେଶ୍ବର ଏମ୍ସର ଉଦ୍ୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି, ଚିକିତ୍ସା କ୍ଷେତ୍ରରେ ଆମ ଡାକ୍ତରମାନେ ସବୁବେଳେ ପରିବର୍ତ୍ତନ ଏବଂ ନୂଆ କିଛି କରିବା ପାଇଁ ଉଦ୍ୟମ କରୁଛନ୍ତି। ତାହା ପ୍ରଶଂସନୀୟ। ସେମାନଙ୍କର ଏହି ଅଭିନବତ୍ବ ଆମକୁ ଗର୍ବିତ କରୁଛି ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି।
ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏଭଳି ବିରଳ ଅସ୍ତ୍ରୋପଚାର ପାଇଁ ଏମ୍ସ ଭୁବନେଶ୍ବରକୁ ପ୍ରଶଂସା କରିଛନ୍ତି। ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଆଳି ବ୍ଲକର ଜଣେ ୩୭ ବର୍ଷୀୟ ମହିଳା ଆଣ୍ଠୁଗଣ୍ଠି ବାତ ରୋଗରେ ପୀଡ଼ିତ ହୋଇ ପଙ୍ଗୁପ୍ରାୟ ଅବସ୍ଥାରେ ଥିଲେ। ଏମ୍ସ ଭୁବନେଶ୍ବରର ଅସ୍ଥିଶଲ୍ୟ ବିଭାଗକୁ ଚିକିତ୍ସା ପାଇଁ ଆସି ତାଙ୍କର ଦୁଇ ଆଣ୍ଠୁ ଏବଂ ଦୁଇ ହିପ୍ ପ୍ରତିରୋପଣ ଏକକାଳୀନ କରାଯିବାର ଆବଶ୍ୟକତା ଥିବା ଡାକ୍ତରୀ ଦଳ ଅନୁଭବ କରିଥିଲେ। ଡାକ୍ତରୀ ଦଳ ପ୍ରଥମେ ମହିଳା ଜଣଙ୍କର ଦୁଇ ହିପ୍ ପ୍ରତିରୋପଣ ପରେ ଦୁଇ ଆଣ୍ଠୁର ପ୍ରତିରୋପଣ କରିଥିଲେ। ରୋଗୀ ଜଣଙ୍କ ଦୁଇ ଦିନ ପାଇଁ ଆଇସିୟୁରେ ରହିବା ପରେ ତୃତୀୟ ଦିନରେ ହିଁ ଚାଲିବା ଆରମ୍ଭ କରିଥିଲେ। ଏମ୍ସ ଭୁବନେଶ୍ବରରେ ହୋଇଥିବା ଏହି ପ୍ରତିରୋପଣ ଓଡ଼ିଶାରେ ପ୍ରଥମ ଏବଂ ସର୍ବଭାରତୀୟସ୍ତରରେ ଦ୍ୱିତୀୟ ବୋଲି କୁହାଯାଉଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories