www.samajalive.in
Sunday, December 14, 2025
26.1 C
Bhubaneswar

ଶିକ୍ଷକ ସଂଘର ଜିଲା ପ୍ରଶାସନକୁ ଦାବିପତ୍ର ପ୍ରଦାନ

ଫୁଲବାଣୀ : ଏନ୍.ପି.ଏସ୍ ସେକେଣ୍ଡାରି ବିଦ୍ୟାଳୟ ଶିକ୍ଷକ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ରାଜ୍ୟ ଶିକ୍ଷା ବିଭାଗ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲାପ୍ରଶାସନ ଓ ଜିଲା ଶିକ୍ଷା ଅଧିକାରୀଙ୍କ ମାଧ୍ୟମରେ ପ୍ରଦାନ କରାଯାଇଛି। ବିଶେଷ କରି ଗତ ଦିନରେ ରାଜ୍ୟ ସରକାର ଚୁକ୍ତି ଭିତ୍ତିକ ପ୍ରଥା ଉଚ୍ଛେଦ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଏ ଦିଗରେ କୌଣସି ପ୍ରକାର ପଦକ୍ଷେପ ନେଇନଥିବା ବେଳେ ୨୦୦୪ ରୁ ୨୦୧୩ ମସିହାରେ ନିୟୋଜିତ ହୋଇଥିବା ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କ ପ୍ରତି କୌଣସି ପ୍ରକାର ପଦକ୍ଷେପ ଗ୍ରହଣ କରିବାକୁ ଘୋଷଣା କରିନାହାନ୍ତି।
ପୂର୍ବରୁ ଏନେଇ ସଂଘ ପକ୍ଷରୁ ବିକ୍ଷୋଭ କରାଯାଇଥିବା ବେଳେ ରାଜ୍ୟ ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ପାଇଁ ପ୍ରତିଶ୍ରୁତି  ଦେଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇ ନାହିଁ। ଏହାକୁ ନେଇ ଦିନକୁ ଦିନ ପୁଣିଥରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ୨ ଦଫା ଦାବିନେଇ ପୁଣିଥରେ ସଂଘ ପକ୍ଷରୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ତୁରନ୍ତ ୨ ଦଫା ଦାବି ଉପରେ ପଦକ୍ଷେପ ଗ୍ରହଣ କରାନଗଲେ ପୁଣିଥରେ ଆନ୍ଦୋଳନ ପାଇଁ ମଧ୍ୟ ସଂଘ ପକ୍ଷରୁ ଚେତାବନି ଦିଆଯାଇଛି। ଶିକ୍ଷକ ସଂଘର କର୍ମକର୍ତ୍ତା ଶିବାନି ମଲିକ , ପ୍ରଦୀପ ସାହୁ , ପ୍ରଶାନ୍ତ ବେହେରା , ରାମ ଚନ୍ଦ୍ର ଦାସ , ସୁରେନ୍ଦ୍ର ନାୟକ , ବାପୁଜି ଦିଗାଲ , କିଶୋର ମଲିକଙ୍କ ଭଳି ବହୁ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ଏହି ଦାବିପତ୍ର ପ୍ରଦାନ କରିଛନ୍ତି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories