www.samajalive.in
Wednesday, December 10, 2025
26.1 C
Bhubaneswar

ଶଂଖାମେରୀ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ବାର୍ଷିକୋତ୍ସବ

ବଡ଼ମ୍ବା: ଶଂଖାମେରୀ ଗ୍ରାମସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୧୧ତମ ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଖଗେଶ୍ୱର ମିଶ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉତ୍ସବରେ ସ୍ଥାନୀୟ ସରପଞ୍ଚ ଜ୍ୟୋତ୍ସ୍ନାମୟୀ ବିଶ୍ୱାଳ ଉଦ୍‌‌ଘାଟକ ଭାବେ ଯୋଗ ଦେଇଥିଲେ। ଅପରାହ୍ଣରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ସରପଞ୍ଚ ଶ୍ରୀମତୀ ବିଶ୍ୱାଳଙ୍କ ସମେତ ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି ମୁଖ୍ୟଅତିଥି ଏବଂ ଜିଲାପରିଷଦ ସଦସ୍ୟ ରବୀନ୍ଦ୍ର କୁମାର ସାହୁ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ପରିଚାଳନା କମିଟି ଉପଦେଷ୍ଟା ବଳଭଦ୍ର ବରାଳ, ଶୁଭେଛୁ ଉପଦେଷ୍ଟା ମାନସରଞ୍ଜନ ମୁଦୁଲି, ବିଦ୍ୟାଳୟ ପ୍ରମୁଖ୍‌‌ ଦିଲିପ କୁମାର ସାହୁ ପ୍ରମୁଖ କାର୍ୟ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବିଦ୍ୟାଳୟର ଶ୍ରେଷ୍ଠ ଛାତ୍ର ଭାବେ ଓମପ୍ରକାଶ ସାହୁଙ୍କ ସମେତ ଅନ୍ୟ ସମସ୍ତ କୃତି ଛାତ୍ରଛାତ୍ରୀଙ୍କୁ ଏହି ଅବସରରେ ଅତିଥିଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories