www.samajalive.in
Sunday, December 14, 2025
16.1 C
Bhubaneswar

ସ୍କର୍ପିଓ ଗାଡ଼ି ଧକ୍କାରେ ୩ମୃତ ,୧୨ରୁ ଉର୍ଦ୍ଧ୍ବ ଆହତ

ସୋରଡା/ଗଞ୍ଜାମ  : ଗଞ୍ଜାମ ବ୍ରହ୍ମପୁର ଉପକଣ୍ଠ ମାଣ୍ଡିଆପଲ୍ଲୀ ଗାଁରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଥିବା ନେଇ ବୁଧବାର ଖବର ମିଳିଛି। ବିବାହ ସମାରୋହ ଚାଲିଥିବା ବେଳେ ଘଟିଗଲା ଏହି  ଦୁର୍ଘଟଣା। ଖୁସିର ପରିବେଶ କିଛି ସମୟରେ ପାଲଟିଗଲା ଶୋକାଳୂଳ ପରିବେଶରେ। ମାଣ୍ଡିଆପଲ୍ଲୀ ଗାଁ ନିକଟରେ କନ୍ୟା ଯାତ୍ରୀଙ୍କ ବାଟବରଣ ବେଳେ ଏହି ଦୁର୍ଘଟଣା ଘଟିଛି ।  ଏଥିରେ ୩ ଜଣଙ୍କ ଜୀବନ ଚାଲି ଯାଇଥିବା ବେଳେ ୧୨ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଏମକେସିଜିରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୁରୁତର ଥିବା ଜଣାପଡ଼ିଛି । ମୃତକ ମାନେ ହେଲେ ଲାଞ୍ଜିପଲ୍ଲୀ ଅଞ୍ଚଳର ସ୍ୱପ୍ନା ରେଡ଼ି (୨୨), ସଞ୍ଜୁ ରେଡ଼ି (୨୩) ,ଭାରତୀ ରେଡ଼ି(ବୟସ ୧୨) । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories