www.samajalive.in
Monday, December 15, 2025
17.1 C
Bhubaneswar

କଂଗ୍ରେସରେ ଯୋଗଦେଲେ ପ୍ୟାରୀଙ୍କ ଝିଅ 

ଭୁବନେଶ୍ୱର :  ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଓଡ଼ିଶା ପ୍ରଭାରୀ ଡା ଏ. ଚେଲ୍ଲା କୁମାର ଏବଂ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ପୂର୍ବତନ ସାଂସଦ ସ୍ୱର୍ଗତ ପ୍ୟାରୀମୋହନ ମହାପାତ୍ରଙ୍କ କନ୍ୟା ଡ.ସିକ୍ତା ପତି ବିଧିବଦ୍ଧ ଭାବେ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି । ସେହିପରି  ଭାରତୀୟ ରେଳ ସେବାର ପୂର୍ବତନ ଅଧିକାରୀ ହେମନ୍ତ କୁମାର ଦତ୍ତ, ରାଧାକାନ୍ତ ନାୟକ ଓ ବରିଷ୍ଠ ଆଇନଜୀବି ପ୍ରବୀର କୁମାର ପ୍ରଧାନ କଂଗ୍ରେସ ଦଳରେ ଯୋଗଦାନ କରିଛନ୍ତି । କଂଗ୍ରେସର ବିଚାରଧାରା ଏବଂ ଗାନ୍ଧୀବାଦ ପ୍ରତି ସମ୍ମାନ ଜଣାଇ ତଥା ରାହୁଲ ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେମାନେ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି ବୋଲି କହିଛନ୍ତି । ବିଶେଷ କରି ରାହୁଲ ଗାନ୍ଧୀଙ୍କର ଭାରତଯୋଡ଼ ଯାତ୍ରା ସେମାନଙ୍କୁ କଂଗ୍ରେସ ଦଳରେ ଯୋଗଦେବା ପାଇଁ ପ୍ରେରଣା ଯୋଗାଇଛି ବୋଲି ମତବ୍ୟକ୍ତ କରିଥିଲେ। ଡା ଚେଲ୍ଲା କୁମାର ଏବଂ ଶ୍ରୀ ପଟ୍ଟନାୟକ ସେମାନଙ୍କୁ ପୁଷ୍ପଗୁଛ ଏବଂ ଉତ୍ତରୀୟ ପ୍ରଦାନ ପୂର୍ବକ କଂଗ୍ରେସ ଦଳରେ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ବତନ ପିସିସି ସଭାପତି  ନିରଞ୍ଜନ ପଟ୍ଟନାୟକ, ରାମଚନ୍ଦ୍ର ଖୁଂଟିଆ, ବିଜୟ ପଟ୍ଟନାୟକ, ବିଭୁତି ମିଶ୍ର, ମାନସ ଚୌଧୁରୀ, ବନ୍ଦିତା ପରିଡ଼ା, ବିଶ୍ୱଜିତ ଦାଶ, ୟାସିର ନୱାଜ, ରଶ୍ମି ମହାପାତ୍ର, ଅମୀୟ ପଟ୍ଟନାୟକ, ରଜନୀ ମହାନ୍ତି ପ୍ରମୁଖ ଯୋଗଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories