www.samajalive.in
Saturday, December 13, 2025
26.1 C
Bhubaneswar

କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ବିଜେଡି ପକ୍ଷରୁ ପ୍ରତିବାଦ ସହ ଦାବିପତ୍ର ପ୍ରଦାନ

ମ.ରାମପୁର: ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ୫କିଲୋ ଚାଉଳ ବନ୍ଦ କରିବା ସହ କେନ୍ଦ୍ରର ଚାଷୀ ମାରଣ ନୀତି ଏବଂ ଓଡ଼ିଶା ପ୍ରତି ବୈମାତୃକ ମନୋଭାବକୁ ନେଇ ଗୁରୁବାର କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ବିଜେଡି ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥି ସହିତ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ବିଡିଓଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ନର୍ଲା ବିଧାୟକ ଭୂପିନ୍ଦର ସିଂହ, ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ବ୍ଲକ ଅଧ୍ୟକ୍ଷା ମନ୍ଦାକିନୀ ସିଂହଦେଓ, ବିଜୁ ଜନତା ଦଳ ବ୍ଲକ ସଭାପତି ଗୋବିନ୍ଦ ପ୍ରସାଦ ଶତପଥୀ, ଯୁବ ନେତା ବିକାଶ ରଂଜନ ସିଂହ ଦେଓ, ପ୍ରଦୀପ ପାଣିଗ୍ରାହୀ, ସତ୍ୟନାରାୟଣ ସାହୁ, ରାକେଶ ଶତପଥୀ ସମେତ ବିଜୁ ଜନତା ଦଳର ଶତାଧିକ ମହିଳା ଓ ପୁରୁଷ କର୍ମୀ ଯୋଗ ଦେଇଥିଲେ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories