www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟସ୍ତରରେ ନବରଙ୍ଗପୁର ଜିଲା ତୃତୀୟ, ଜିଲାପାଳଙ୍କୁ ସମ୍ବର୍ଦ୍ଧନା

ନବରଙ୍ଗପୁର : ପୁରୁଷ ବିଶ୍ବ କପ ହକି -୨୦୨୩ ଆୟୋଜନ ଅବସରରେ ନବରଙ୍ଗପୁର ଜିଲାର ପଞ୍ଚାୟତସ୍ତରରୁ ଆରମ୍ଭ କରି ଜିଲାସ୍ତର ପର୍ଯ୍ୟନ୍ତ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ସହ ସ୍ବତନ୍ତ୍ର ଗ୍ରାମସଭା ଆୟୋଜନ କରିଥିଲେ। ନବରଙ୍ଗପୁର ଜିଲା ରାଜ୍ୟସ୍ତରରେ ତୃତୀୟ ସ୍ଥାନ ହାସଲ କରି ପାରିଛି। ଏହି ପରିପେକ୍ଷୀରେ ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମ ଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବରଙ୍ଗପୁର ଜିଲାପାଳ କମଳ ଲୋଚନ ମିଶ୍ରଙ୍କୁ ସମ୍ମାନିତ କରିଥିଲେ। ଏହି ପରିପ୍ରେକ୍ଷୀରେ ଆଜି ଜିଲା ପ୍ରଶାସନ ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଜିଲାପାଳଙ୍କ କାର୍ଯ୍ୟାଳୟର ଅଶୋକ ମେହେଟ୍ଟା ସଭା ଗୃହରେ ଆୟୋଜନ କରାଯାଇଥିଲା। ଏହି ଅବସରରେ ଜିଲାପାଳ କମଳ ଲୋଚନ ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ସମ୍ବର୍ଦ୍ଧନା ସଭାରେ ଜିଲାପାଳ ଶ୍ରୀ ମିଶ୍ର ରାଜ୍ୟ ସ୍ତରରେ ତୃତୀୟ ସ୍ଥାନ ହାସଲ କରିଛି ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ନବରଙ୍ଗପୁର ଜିଲା ପୁରସ୍କୃତ ହୋଇଛି। ଏହାର ସମସ୍ତ ଶ୍ରେୟ ଜିଲାର ସମସ୍ତ ଅଧିକାରୀ, କର୍ମଚାରୀ, ଲୋକ ପ୍ରତିନିଧି ଏବଂ ସମସ୍ତ ଗଣମାଧ୍ୟମ ପ୍ରତିନିଧି ସହିତ ସମସ୍ତ ଙ୍କ ସହଯୋଗ ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି ପ୍ରକାଶ କରିଥିଲେ। ଆଗାମୀ ଦିନରେ ମଧ୍ୟ ଜିଲାର ସର୍ବାଙ୍ଗୀଣ ବିକାଶ ପଥରେ ସମସ୍ତ ଙ୍କ ସହଯୋଗ ରହିବ ବୋଲି ଆଶାବ୍ୟକ୍ତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ଭାସ୍କର ରଇତଙ୍କ ସହିତ ଜିଲାସ୍ତରୀୟ ସମସ୍ତ ଅଧିକାରୀ ଏବଂ ଜିଲା କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories