www.samajalive.in
Saturday, December 13, 2025
26.1 C
Bhubaneswar

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ: ଶୁକ୍ରବାର ଜଣେ ୫ ବର୍ଷ ନାବାଳିକା ଦୁଷ୍କର୍ମ ମାମଲାର ଶୁଣାଣି କରି ଫୁଲବାଣୀ ପୋସ୍କୋ କୋର୍ଟର ସ୍ୱତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ଅଭିଯୁକ୍ତ ଜି. ଉଦୟଗିରି ଥାନା ଅଞ୍ଚଳର ଅନଙ୍ଗ ନାୟକକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୨୦ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଅନାଦେୟ ଅଧିକ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ସୂଚନା ମୁତାବକ ୨୨/୦୯/ ୨୦୨୦ ମସିହା ନାବାଳିକା ଜଣଙ୍କ ନିଜଘର ବାହାରେ ସାଙ୍ଗ ମାନଙ୍କ ସହ ଖେଳୁଥିବା ସମୟରେ ଅଭିଯୁକ୍ତ ଅନଙ୍ଗ ଦୁଷ୍କର୍ମ କରିଥିଲା। ପିଡ଼ିତାଙ୍କ ଜି. ଉଦୟଗିରି ଥାନାରେ ଅଭିଯୁକ୍ତ ନାଁ ରେ ଏତଲା ଦେଇଥିଲେ। ଏତଲାକୁ ଆଧାର କରି ଜି. ଉଦୟଗିରି ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories