www.samajalive.in
Saturday, December 13, 2025
26.1 C
Bhubaneswar

ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବି ନେଇ ଦାବିପତ୍ର ପ୍ରଦାନ

ଫୁଲବାଣୀ: ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଉଚ୍ଚତମ ନ୍ୟାୟାଳୟଙ୍କ ରାୟ ଅନୁସାରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆଜି ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ (ଓଏସ୍ଇଏଫଡ଼ି) କନ୍ଧମାଳ ଜିଲ୍ଲା ଶାଖା ପକ୍ଷରୁ ଫିରିଙ୍ଗିଆ ବ୍ଲକର ବି.ଡ଼ି.ଓ ଙ୍କ ଜରିଆରେ ମୁଖ୍ୟ ଶାସନ ସଚ଼ିବଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଦାବିପତ୍ର ସମୟରେ ଜିଲ୍ଲାର ଦିପ୍ତିମୟୀ ପରିଡା, ଆୟୁଷ୍ମାନ ଚୌଧୁରୀ, ଲକ୍ଷ୍ମୀକାନ୍ତ ବେହେରା, ଦୀପକ ଦିଗଲ ଉପସ୍ଥିତ ଥିଲେ। ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମଧ୍ୟ ଏକ ସାଧାରଣ ବିଦ୍ୟାର୍ଥୀ ପରି ସମାନ ଶିକ୍ଷା ପାଇବାର ଆବଶ୍ୟକତା ଏବଂ ଅଧିକାର ରହିଛି।ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଯଥାଶୀଘ୍ର ବାହାର କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ବିନମ୍ର ନିବେଦନ କରାଯିବା ସହ ଏହି ନିଯୁକ୍ତି ଦିଆଗଲେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଉତ୍ତମ ଶିକ୍ଷା ପାଇ ସମାଜର ମୁଖ୍ୟସ୍ରୋତରେ ସାମିଲ୍ ହୋଇପାରିବା ସହ ଓଡ଼ିଶାରେ ୬୦୦୦ରୁ ଅଧିକ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟତ୍ରୀ ଉପକୃତ ହୋଇପାରିବେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories