www.samajalive.in
Saturday, December 13, 2025
26.1 C
Bhubaneswar

ବିଲ ତଳକୁ ଖସିଲା କାର, ଅଳ୍ପକେ ବର୍ତିଲେ ଦୁଇ ଶିଶୁ ସମେତ ୫ ଯାତ୍ରୀ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ୫୭ ନଂ ଜାତୀୟ ରାଜପଥ ଆଡ଼େଣିଗଡ଼ ଗଣେଶ ବଜାର ଛକ ନିକଟରେ ଶୁକ୍ରବାର ସକାଳେ ଭାରସାମ୍ୟ ହରାଇ ଏକ କାର ବିଲ ଭିତରକୁ ଖସି ପଡିଥିଲା। ଏଥିରେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡ଼ିଛି।ସୂଚନାନୁସାରେ ଜଗା ଦର୍ଶନ ପାଇଁ ଛତିଶଗଡରୁ ପୁରୀ ଯାଉଥିବା ଏକ କାର ଆଡେଣିଗଡ଼ ନିକଟରେ ଦୁର୍ଘଟଣାଗ୍ରସ୍ଥ ହୋଇଥିଲା। ଏଥିରେ ଦୁଇ ଶିଶୁ ସମେତ ୫ଜଣ ଯାତ୍ରୀ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତିଥିଲେ। ସ୍ଥାନୀୟ ଲୋକ ଆମ୍ବୁଲାନ୍ସ ଯୋଗେ ଆହତ ଯାତ୍ରୀଙ୍କୁ ଆଡ଼େଣିଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏହି ଦୁର୍ଘଟଣାରେ ଯାତ୍ରୀମାନେ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି। ଘଟଣାସ୍ଥଳରେ ଆଡେଣିଗଡ଼ ଫାଣ୍ଡି ପୋଲିସ ପହଂଚି ଘଟଣାର ତଦନ୍ତ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories