www.samajalive.in
Saturday, December 13, 2025
26.1 C
Bhubaneswar

ବିଦ୍ୟାଳୟରେ ବାର୍ଷିକ ସମାରୋହ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ମିରିଗିଖୋଜି ପଞ୍ଚାୟତ ଅସନ ବାହାଳୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ସମାରୋହ ପ୍ରଧାନ ଶିକ୍ଷକ କ୍ଷେତ୍ରମୋହନ ମହାନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସମିତି ସଭ୍ୟ ସରପଞ୍ଚ ମନମୋହନ ବେହେରା ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ ଦେଇଥିଲେ। ଏଥିରେ କ୍ରୀଡା ଓ ପ୍ରତିଭା ଅନ୍ୱେଷଣ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

ସେହିପରି ପାଟଣା ବ୍ଲକ ଅନ୍ତର୍ଗତ ଟାଙ୍ଗରପଡା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସଵ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଦୀନବନ୍ଧୁ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବାର୍ଷିକ ସମାରୋହରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ପ୍ରଧାନ ଶିକ୍ଷକ ହୃଷିକେଶ ମହାନ୍ତ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ ଦେଇଥିଲେ। ଏଥିରେ କ୍ରୀଡା ଓ ମେଧା ଅନ୍ୱେଷଣ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories