www.samajalive.in
Sunday, December 14, 2025
19.1 C
Bhubaneswar

ହରିୟାଣାରରେ ଉତ୍ତର ଭାରତର ପ୍ରଥମ ନ୍ୟୁକ୍ଲିୟର ପ୍ଲାଣ୍ଟ : ଜିତେନ୍ଦ୍ର ସିଂହ

ନୂଆଦିଲ୍ଲୀ : ହରିୟାଣାର ଫତେହବାଦ୍ ଜିଲ୍ଲାର ଗୋରଖପୁର ଗ୍ରାମରେ ଉତ୍ତର ଭାରତର ପ୍ରଥମ ଆଣବିକ ଶକ୍ତି କେନ୍ଦ୍ର ବା ନ୍ୟୁକ୍ଲିୟର ପ୍ଲାଣ୍ଟ ପ୍ରତିଷ୍ଠା ହେବ। ଗୋରଖପୁର ଗ୍ରାମ ରାଜଧାନୀ ଦିଳ୍ଲୀର ଉତ୍ତରରେ ୧୫୦ କିଲୋମିଟର ଦୂରରେ ଅବସ୍ଥିତ। ଶନିବାର ନୂଆଦିଲ୍ଲୀରେ ଆଣିବକ ଶକ୍ତି ଓ ମହାକାଶ ବିଭାଗ ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶାସନ କାଳରେ ଏଭଳି ଏକ ନ୍ୟୁକ୍ଲିୟର ପ୍ଲାଣ୍ଟ ସ୍ଥାପନ କରିବା ହେଉଛି ମହାନ  ଉପଲବ୍ଧି । ସେ କହିଛନ୍ତି, ପୂର୍ବରୁ ତାମିଲନାଡୁ, ଆନ୍ଧ୍ରପ୍ରଦେଶ ଏବଂ ମହାରାଷ୍ଟ୍ର ଭଳି ଦକ୍ଷିଣ ଭାରତୀୟ ରାଜ୍ୟଗୁଡ଼ିକୁ ପ୍ରାଧାନ୍ୟ ଦିଆଯାଉଥିବା ବେଳେ ଏବେ ଉତ୍ତର ଭାରତୀୟ ରାଜ୍ୟ ଗୁଡ଼ିକୁ ପ୍ରାଧାନ୍ୟ ଦିଆଯିବ । ଡକ୍ଟର ସିଂହ ଦେଶର ପରମାଣୁ ସାମର୍ଥ୍ୟ ବୃଦ୍ଧି ବିଷୟରେ କହିଛନ୍ତି, ଗତ ୮ ବର୍ଷ ମଧ୍ୟରେ ଅନେକ ଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। କେନ୍ଦ୍ର ସରକାର ଦେଶରେ ୧୦ଟି ଆଣବିକ ରିଆକ୍ଟର ସ୍ଥାପନ କରିବା ପାଇଁ ଅନୁମତି ପ୍ରଦାନ କରିସାରିଛନ୍ତି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories