www.samajalive.in
Saturday, December 13, 2025
26.1 C
Bhubaneswar

ଛତିଶଗଡ଼ ମୁହାଁ ଘୂର୍ଣ୍ଣିବଳୟ

ଭୁବନେଶ୍ବର: ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଶନିବାର ଛତିଶଗଡ଼ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରବିବାର ସକାଳ ସାଢେ ୮ଟା ସୁଦ୍ଧା ଉତ୍ତର ଓଡ଼ିଶା ସହ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଘୂର୍ଣ୍ଣିବଳୟ ଯୋଗୁଁ ଶନିବାର ଉପକୂଳ ଓଡ଼ିଶାର ପ୍ରାୟ ଅଞ୍ଚଳରେ ପାଗ ମେଘୁଆ ରହିଥିଲା। ଭୁବନେଶ୍ବରରେ ମଧ୍ୟ ଅପରାହ୍ଣରେ ପାଗ ମେଘୁଆ ରହିଥିବା ଦେଖିବାକୁ ମିଳିଛି।

ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଗଜପତି, ଗଞ୍ଜାମ ଏବଂ କନ୍ଧମାଳର କେତେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ପୁରୀରେ ରାତି ତାପମାତ୍ରା ସବୁଠୁ ଅଧିକ ୨୫ ଡିଗ୍ରୀ ଛୁଇଁଥିବା ବେଳେ ଚାନ୍ଦବାଲି ଏବଂ ଭୁବନେଶ୍ବରରେ ୨୧ ଡିଗ୍ରୀ ରହିଛି। ସବୁଠୁ କମ୍ ସର୍ବନିମ୍ନ ତାପମାତ୍ରା ଜି.ଉଦୟଗିରି ୧୦ଡିଗ୍ରୀ ଏବଂ ସୁନ୍ଦରଗଡ ଓ ନବରଙ୍ଗପୁରରେ ପାରଦ ୧୩.୫ଡିଗ୍ରୀ ରେକର୍ଡ ହୋଇଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories