www.samajalive.in
Friday, December 12, 2025
23.1 C
Bhubaneswar

ଅଜଣା କାର ଧକ୍କାରେ ବାଇକ ଆରୋହୀ ଗୁରୁତର

ପାଟଣା: କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଦକ୍ଷିଣପଶି ନିକଟରେ ଆଜି ସଂଧ୍ୟାରେ ଏକ ଅଜଣା କାର ଧକ୍କାରେ ଜଣେ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯୁବକ ମିରିଗିଖୋଜି ପଞ୍ଚାୟତ ନୂଆବନ୍ଧ ଗ୍ରାମର ଖଗେଶ୍ବର ନାଏକ ବୋଲି ଜଣାପଡିଛି। ସେ ବାଇକ୍ ଯୋଗେ ନିଜର ସ୍ତ୍ରୀ ଓ ପିଲାଛୁଆଙ୍କୁ ନେଇ ଢେଙ୍କିକୋଟରୁ ନିଜ ଗ୍ରାମକୁ ଫେରୁଥିବା ସମୟରେ ଦକ୍ଷିଣପଶି ନିକଟରେ ଏକ କାର ତାଙ୍କ ବାଇକକୁ ଧକ୍କା ଦେଇ ଫେରାର ହୋଇଯାଇଥିଲା।

ଦୁର୍ଘଟଣାରେ ଖଗେଶ୍ବରଙ୍କ ଡାହାଣ ଜଙ୍ଘ ଭାଙ୍ଗି ଯାଇଥିବା ବେଳେ ତାଙ୍କୁ ୧୦୮ ଯୋଗେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ଗୁରୁତର ଥିବାରୁ ସେଠାରୁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପାଟଣା ପୁଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ବାଇକକୁ ଜବତ କରି ଘଟଣାର ତଦନ୍ତ କରୁଛି।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories