www.samajalive.in
Wednesday, December 10, 2025
14.1 C
Bhubaneswar

ଓଡ଼ିଶା ବିଧାନସଭା ବଜେଟ ଅଧିବେଶନ ନେଇ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତାକାଲି (୨୧ ତାରିଖ)ରୁ ଆରମ୍ଭ ହେଉଥିବା ଷୋଡ଼ଶ ବିଧାନସଭାର ଦ୍ୱାଦଶ ଅଧିବେଶନ ପାଇଁ ଆଜି ପୂର୍ବାହ୍ନରେ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ବିଧାନସଭା ନୂତନ ସମ୍ମିଳନୀ କକ୍ଷଠାରେ ସର୍ବଦଳୀୟ ନେତୃବୃନ୍ଦଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ଶ୍ରୀ ଆରୁଖ ଚଳିତ ବଜେଟ ଅଧିବେଶନରେ ଗୃହର ସୁପରିଚାଳନା ନେଇ ସମସ୍ତ ନେତୃବୃନ୍ଦଙ୍କର ସହଯୋଗ କାମନା କରିଥିଲେ ।

ଏହି ବୈଠକରେ ବିରୋଧି ଦଳନେତା ଜୟନାରାୟଣ ମିଶ୍ର, ଅର୍ଥ, ସଂସଦୀୟ ବ୍ୟାପାର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର, ଭାରତୀୟ ଜନତା ପାର୍ଟି ବିଧାୟକ ଦଳର ମାନ୍ୟବର ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ବିଧାୟକ ପ୍ରଣବ ପ୍ରକାଶ ଦାସ, ବିଧାୟକ ଲକ୍ଷ୍ମଣ ମୁଣ୍ଡା ଉପସ୍ଥିତ ରହି ବିଧାନସଭା ଅଧିବେଶନର ସୁପରିଚାଳନା ନେଇ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।

- Advertisement -

ଏହି ଅଧିବେଶନରେ ରାଜ୍ୟର ୨୦୨୩-୨୪ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହୋଇ ପାରିତ ହେବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ରହିଛି। ଚଳିତ ଅଧିବେଶନରେ ଗଣମାଧ୍ୟମ ପ୍ରତିନିଧିମାନେ ପ୍ରେସ୍‌ ଗ୍ୟାଲେରୀରେ ଉପସ୍ଥିତ ରହି ପାରିବେ ଏବଂ ସାଧାରଣ ଦର୍ଶକମାନେ ମଧ୍ୟ ଦର୍ଶକ ଗ୍ୟାଲେରୀକୁ ଆସିପାରିବେ। ଦର୍ଶକମାନଙ୍କୁ ମାନ୍ୟବର ବିଧାୟକମାନଙ୍କ ଜରିଆରେ ଦର୍ଶକ ଗ୍ୟାଲେରୀ ପାଇଁ ପ୍ରବେଶ ପତ୍ର ପ୍ରଦାନ କରାଯିବ।

ବୈଠକର ନିଷ୍ପତ୍ତି ଅନୁଯାୟୀ ଚଳିତ ଅଧିବେଶନରେ ସ୍ୱାସ୍ଥ୍ୟଗତ କାରଣରୁ ଗୃହରେ ଉପସ୍ଥିତ ହୋଇପାରୁନଥିବା ସଦସ୍ୟମାନେ ମଧ୍ୟ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଗୃହ କାର୍ଯ୍ୟରେ ଭାଗ ନେଇପାରିବେ ବୋଲି ବାଚସ୍ପତି ଶ୍ରୀ ଆରୁଖ ପ୍ରକାଶ କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories