www.samajalive.in
Monday, December 15, 2025
14.1 C
Bhubaneswar

ପୂଜ୍ୟ ପ୍ରଣାମ: ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ

ଉତ୍କଳର ଏକୀକରଣ ତଥା ଭାଷାଭିତ୍ତିରେ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ପ୍ରଦେଶ ରୂପେ ଗଠନ କରିବା ପାଇଁ ଯେଉଁ ଆନ୍ଦୋଳନର ସୂତ୍ରପାତ ହୋଇଥିଲା, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ସେଥିରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ। ଓଡ଼ିଶାର ମୟୂରଭଞ୍ଜ ଜିଲାର ବାରିପଦାରେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ୧୮୭୦ ଡିସେମ୍ବର ୧୭ରେ ଜନ୍ମଗ୍ରହଣ କରିଥିଲେ। ମହାରାଜା ଶ୍ରୀରାମଚନ୍ଦ୍ରଙ୍କ ଦାନରେ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ପ୍ରତିଷ୍ଠା ହୋଇଥିଲା। ଶିକ୍ଷା କ୍ଷେତ୍ରରେ ସେ ବିଭିନ୍ନ ଉନ୍ନତିମୂଳକ ପଦକ୍ଷେପ ନେଇଥିଲେ। ଜାତୀୟତାବାଦୀ ଜନନାୟକ ଶ୍ରୀରାମଚନ୍ଦ୍ର ଏକାଧାରରେ ଥିଲେ ଜଣେ ସୁଶାସକ, ଭାଷା ଆନ୍ଦୋଳନର ପୁରୋଧା। ପ୍ରଜାଙ୍କ ହିତ ପାଇଁ ସେ ଅବିରତ ଚେଷ୍ଟା କରୁଥିଲେ। ଓଡ଼ିଆ ଜାତିର ଉନ୍ନତି ନିମିତ୍ତ ତାଙ୍କର ସମସ୍ତ ଉଦ୍ୟମ ଚିରକାଳ ସ୍ମରଣୀୟ ହୋଇରହିବ। ୧୯୧୨ ଫେବୃୟାରୀ ୨୨ରେ ସେ ପରଲୋକ ଗମନ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories