www.samajalive.in
Monday, December 15, 2025
15.1 C
Bhubaneswar

ମଝିଘରିଆଣୀଙ୍କ ଦର୍ଶନ ହେଲା ଶେଷ ଦର୍ଶନ; ଦୁର୍ଘଟଣାରେ ଚାଲିଗଲା ୫ ଜୀବନ

ରାୟଗଡ଼ା: ରାୟଗଡ଼ା ଜିଲା କେରେଡାଠାରୁ ମାତ୍ର କିଛି ଦୂରରେ ଆନ୍ଧ୍ରର କୋମରଡ଼ାର ବଙ୍ଗରାମାରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ଖବରରୁ ପ୍ରକାଶ ଯେ, ବିଶାଖାପାଟଣାରୁ ଆସୁଥିବା ଏକ ଟ୍ରକ ସହ ଏକ ଅଟୋ ମୁହାଁମୁହି ଧକ୍କା ହୋଇଥିଲା। ଫଳରେ ଏଥିରେ ବସିଥିବା ୮ଜଣଙ୍କ ମଧ୍ୟରୁ ଡ୍ରାଇଭରଙ୍କ ସମେତ ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ଆହତଙ୍କୁ ପାର୍ବତୀପୁରମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ରାମଭଦ୍ରପୁରମ୍‌ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ରାୟଗଡ଼ାର ମା’ ମଝିଘରିଆଣୀ ମନ୍ଦିର ଦର୍ଶନ ସାରି ଅଟୋ ଯୋଗେ ଯାତ୍ରୀମାନେ କୋମରଡ଼ାକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories