www.samajalive.in
Sunday, December 14, 2025
19.1 C
Bhubaneswar

ଉତ୍କଳମଣିଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିର ଅନାବରଣ କଲେ ମୁଖ୍ୟମନ୍ତ୍ରୀ

ସୁଆଣ୍ଡୋ / ସାକ୍ଷୀଗୋପାଳ/ପୁରୀ : ସୁଆଣ୍ଡୋ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁଆଣ୍ଡୋରେ ପହଞ୍ଚିବା ପରେ ପ୍ରଥମେ ଶିବ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି।

ଉତ୍କଳମଣିଙ୍କ ଷଠିଘର ବୁଲି ଦେଖିବା ସହ ସଂଗ୍ରାହଳୟର ଲୋକପର୍ଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଉତ୍କଳମଣିଙ୍କ ଷଠିଘର, ଗ୍ରାମ୍ୟ ଶିବମନ୍ଦିର, ଗୋପବନ୍ଧୁଙ୍କ ସଂଗ୍ରହାଳୟ, ଶିଶୁ ଉଦ୍ୟାନ ସହିତ ଉତ୍କଳମଣିଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିର ଅନାବରଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉତ୍କଳମଣିଙ୍କ ୧୫ ଫୁଟ ଉଚ୍ଚର ବ୍ରୋଞ୍ଜ ପ୍ରତିମୂର୍ତ୍ତି।  ନବନିର୍ମିତ ସଂଗ୍ରହାଳୟ ଗୋପବନ୍ଧୁଙ୍କ ସ୍ୱାଧୀନତା ଆନ୍ଦୋଳନ, ସତ୍ୟବାଦୀ ବନ ବିଦ୍ୟାଳୟ ପ୍ରତିଷ୍ଠା, ଆଦର୍ଶ ଶିକ୍ଷା ପଦ୍ଧତି ପ୍ରଚଳନ, ଉତ୍ସର୍ଗୀକୃତ ସେବା ଏବଂ ମାନବିକ ମୂଲ୍ୟବୋଧର ବାର୍ତ୍ତା ପ୍ରଚାର କରୁଛି।

ଉତ୍କଳମଣିଙ୍କ ଜନ୍ମମାଟି ସୁଆଣ୍ଡୋ ନୂଆ ରୂପ ପାଇଛି । ଗୋପବନ୍ଧୁଙ୍କ ଷଠିଘର ସମେତ ପୈତୃକ ବାସଭବନର ପୁନରୁଦ୍ଧାର, ସଂରକ୍ଷଣ ଏବଂ ସୌନ୍ଦର୍ଯ୍ୟକରଣ କରାଯାଇଛି। ପ୍ରାୟ ୭ଏକର ଜମିରେ ଗୋପବନ୍ଧୁ ସ୍ମୃତି ସଂଗ୍ରହାଳୟ ଏବଂ ଶିଶୁ ପ୍ରମୋଦ ଉଦ୍ୟାନ ନିର୍ମାଣ କରାଯାଇଛି । ସେଠାରେ ଥିବା ପ୍ରାଚୀନ ପୁଷ୍କରିଣୀର ପୁନରୁଦ୍ଧାର କରାଯାଇଛି। ଲୋକେଶ୍ୱର ମହାଦେବଙ୍କ ମନ୍ଦିର ପୁନଃନିର୍ମାଣ କରାଯାଇଛି।

ଆୟୋଜିତ ସଭାରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି ବିଭିନ୍ନ ଏସଏଚଜିର ସଦସ୍ୟା। ହାତ ତିଆରି ସାମଗ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଉପହାର ଦେଇଛନ୍ତି। ପ୍ରାୟ ୨୫ କୋଟି ଟଙ୍କା ବ୍ୟୟରେ ରୂପାନ୍ତରିତ ହୋଇଛି ସୁଆଣ୍ଡୋ ଐତିହ୍ୟ ଏବଂ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories