www.samajalive.in
Sunday, December 14, 2025
23.1 C
Bhubaneswar

ବାଲେଶ୍ବର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଫଶିଛନ୍ତି ବାଲେଶ୍ବର ପୂର୍ତ୍ତ ବିଭାଗ-୨ର ସହକାରୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ଅଜୟ କୁମାର ସେନାପତିଙ୍କ ଘରେ ଗୁରୁବାର ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍। ବାଲେଶ୍ବର ସ୍ଥିତ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଥିବା ସୂଚନା ମିଳିଛି। ୪ଜଣ ଡିଏସପି, ୧୦ ଇନ୍ସପେକ୍ଟର, ୨ ସବଇନ୍ସପେକ୍ଟରଙ୍କ ସମେତ ଅନ୍ୟ କର୍ମଚାରୀ ଏହି ଚଢାଉରେ ସାମିଲ ଅଛନ୍ତି।

ପୁରୀ ଦାମୋଦର ରୋଡ଼, ମଦନମୋହନ ଲେନର ହରିଚଣ୍ଡୀ ସାହିରେ ଅବସ୍ଥିତ ଅଜୟ ସେନାପତିଙ୍କ ଆବାସିକ ଘର, ପୁରୀ ଅନନ୍ୟା ପାମ୍ ବିଚର ଦ୍ବିତୀୟ ମହଲାରେ ଥିବା ୨୦୬୩ ନମ୍ବର ଫ୍ଲାଟ୍, ବାଲେଶ୍ୱରର ସରକାରୀ କ୍ବାର୍ଟର, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ (ଆର ଆଣ୍ଡ ବି) ଡିଭିଜନ୍-୨ ବାଲେଶ୍ୱରରେ ଥିବା ତାଙ୍କ ଅଫିସ୍ ରୁମ୍, ଖୋର୍ଦ୍ଧାର ବାଲୁଗାଁରେ ଦୁଇ ମହଲା କୋଠା, ଖୋର୍ଦ୍ଧା ଜିଲା ବାଣପୁରର ଭଗବତୀ ସାହିରେ ଥିବା ପୈତୃକ ଘର ସମେତ ଶ୍ରୀ ସେନାପତିଙ୍କ ସମ୍ପର୍କୀୟଙ୍କ ଘରେ ଚଢ଼ାଉ ଜାରି ରହିଛି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories