www.samajalive.in
Monday, December 8, 2025
27.1 C
Bhubaneswar

ଓପୋଲଫେଡ଼ର ଅଧ୍ୟକ୍ଷ ହେଲେ ତିଗିରିଆର ଭୋଳେଶ୍ୱର ସ୍ୱାଇଁ

ତିଗିରିଆ :  ଓଡ଼ିଶା ରାଜ୍ୟ କୁକୁଟ ଉତ୍ପାଦକ ସମବାୟ ମହାସଂଘ (ଓପୋଲଫେଡ଼)ର ନୂତନ ଅଧ୍ୟକ୍ଷ ଭାବେ ତିଗିରିଆ ଅଞ୍ଚଳର ଭୋଳେଶ୍ୱର ସ୍ୱାଇଁ ନିର୍ବାଚିତ ହୋଇଛନ୍ତି। ଶ୍ରୀ ସ୍ୱାଇଁ ବିଜୁ ଜନତା ଦଳ ସମର୍ଥିତ ପ୍ରାର୍ଥୀ ଭାବେ ବିନା ପ୍ରତିଦ୍ୱନ୍ଦିତାରେ ନିର୍ବାଚିତ ହୋଇ ଓପୋଲଫେଡ଼ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଏହା ପୂର୍ବରୁ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ (ଉତ୍କଳିକା) ଏବଂ ରାଜ୍ୟ ସମବାୟ ମତ୍ସ୍ୟ ନିଗମ (ଫିସଫେଡ଼)ର ଅଧ୍ୟକ୍ଷ ଭାବେ କାର୍ଯ୍ୟ ତୁଲାଇଥିଲେ । ଶ୍ରୀ ସ୍ୱାଇଁ ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେଡ଼ି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ରାଜ୍ୟ କୃଷି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଶକ୍ତି ମନ୍ତ୍ରୀ ପ୍ରତାପ ଦେବ ଏବଂ ଓପଲଫେଡ଼ ପର୍ଯ୍ୟବେକ୍ଷକ ବିରେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ତିଗିରିଆ ବ୍ଲକ ଅନ୍ତର୍ଗତ ଗଦାଧରପୁର ଗ୍ରାମର ଶ୍ରୀ ସ୍ୱାଇଁ ପୁଣି ଥରେ ରାଜ୍ୟସ୍ତରୀୟ ଏକ ଗୁରୁତ୍ୱପୂର୍ଣ୍ଣ ପଦବୀର ଦାୟିତ୍ୱ ଗ୍ରହଣ ପରେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଛା ଜ୍ଞାପନ କରାଯାଇଛି ।

Hot this week

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

Related Articles

Popular Categories