www.samajalive.in
Saturday, December 13, 2025
26.1 C
Bhubaneswar

ମାର୍ଚ୍ଚ ୫ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ମାର୍ଚ୍ଚ ୫ରେ ଅନୁଷ୍ଠିତ ହେବ। ୯୨୯ଟି ପରୀକ୍ଷା କେନ୍ଦ୍ରରେ ୧ ଲକ୍ଷ ୭୩ ହଜାର ୧୬୩ ବିଦ୍ୟାର୍ଥୀ ପରୀକ୍ଷା ଦେବେ। ତନ୍ମଧ୍ୟରୁ ଷଷ୍ଠ ଶ୍ରେଣୀରେ ୧୩୬୪୯୧, ସପ୍ତମ ଶ୍ରେଣୀରେ ୧୭୧୫୪, ଅଷ୍ଟମରେ ୧୨୪୫୬ ଏବଂ ନବମ ଶ୍ରେଣୀରେ ୫୭୧୬ ଜଣ ବିଦ୍ୟାର୍ଥୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ନିମନ୍ତେ ଫର୍ମପୂରଣ କରିଛନ୍ତି। ସେହିଭଳି ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ନିମନ୍ତେ ଷଷ୍ଠ ଶ୍ରେଣୀର ୧୩୪୬ ଜଣ ପରୀକ୍ଷାର୍ଥୀ ରହିଛନ୍ତି। ବୋର୍ଡ ୱେବସାଇଟରୁ ପରୀକ୍ଷାର୍ଥୀମାନେ ଆଡମିଟ୍‌ କାର୍ଡ ଡାଉନଲୋଡ୍ କରିପାରିବେ ବୋଲି ଉପସଭାପତି ଡ. ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories