www.samajalive.in
Monday, December 15, 2025
14.1 C
Bhubaneswar

ଟ୍ରକକୁ ଧକ୍କା ଦେଲା ଟ୍ରକ, ଚାଳକ ଗୁରୁତର

ପାଟଣା: କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଚିକିଣିଆ ନିକଟରେ ଟ୍ରକ ପଛରେ ଏକ ଚଉଦ ଚକିଆ ଟ୍ରକ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଟ୍ରକ ଚାଳକ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣାରେ ତାଙ୍କୁ ଗାଡ଼ି ଭିତରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପଥକର ଫାଟକ ରୋଗୀଯାନ ଯୋଗେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଗୁରୁତର ଟ୍ରକ ଚାଳକ କଟକ ବାଙ୍କି ଅଞ୍ଚଳରେ ବଟକୃଷ୍ଣ ସେଠ (୪୦) ବୋଲି ଜଣାପଡିଛି। ଉଭୟ ଟ୍ରକ୍ ଆଗପଛ ହୋଇ କେନ୍ଦୁଝର ଅଭିମୁଖେ ଯାଉଥିବା ବେଳେ ଆଗରେ ଯାଉଥିବା ଟ୍ରକଟି ହଠାତ୍ ବ୍ରେକ ମାରି ଦେବାରୁ ପଛରେ ଯାଉଥିବା ଟ୍ରକଟି ଆଗ ଟ୍ରକ ପଛରେ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ କ୍ଷିପ୍ର ଗତିରେ ହୋଇଥିଲା ଯେ ଚାଳକ ଜଣଙ୍କ ଟ୍ରକ ଭିତରେ ଚାପି ହୋଇ ରହିଯାଇଥିଲେ। ଖବର ପାଇ ଟୋଲଗେଟ୍ କର୍ମଚାରୀ, ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ବହୁ ଉଦ୍ୟମ କରି ତାଙ୍କୁ ଟ୍ରକ ଭିତରୁ ବାହାର କରିଥିଲେ। ତେବେ ଦୁର୍ଘଟଣା ପରେ ଆଗ ଟ୍ରକଟି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଢେଙ୍କିକୋଟ ପୁଲିସ ଘଟଣାର ତଦନ୍ତ କରୁଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories