www.samajalive.in
Monday, December 8, 2025
27.1 C
Bhubaneswar

ଆଜି ମୁମ୍ବଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବ‌ନେଶ୍ବର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର(ଆଜି) ମୁମ୍ବଇ ଗସ୍ତରେ ଯିବେ। ଦୁଇଟି କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୁମ୍ବଇ ଯାଉଛନ୍ତି । ଓଡ଼ିଶା ନିବେଶକ ସମ୍ମିଳନୀ ଓ ସ୍ପୋର୍ଟସ ଷ୍ଟାର୍ ଏସେସ୍ ପୁରସ୍କାର ସମାରୋହରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଯୋଗଦେବେ ବୋଲି ଜଣାପଡ଼ିଛି । ମିଳିଥିବା ସୂଚନାନୁସାରେ, ସୋମବାର ପୂର୍ବାହ୍ନ ୧୦ଟା ୪୫ ମିନିଟରେ ମୁମ୍ବଇ ଅଭିମୁଖେ ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ ବାହାରିବେ। ଦିନ ୧୧ଟାରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ଏୟାରକ୍ରାଫ୍ଟରେ ମୁମ୍ବଇ ଯାତ୍ରା କରିବେ। ଦିନ ୧ଟାରେ ସେ ମୁମ୍ବଇର ଛତ୍ରପତି ଶିବାଜୀ ଆନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚି ସେଠାରୁ ହୋଟେଲ ତାଜମହଲ ପ୍ୟାଲେସ ଯିବେ ଏବଂ ସେଠାରେ ରହିବେ। ଅପରାହ୍ଣ ୩ଟା ୩୦ ମିନିଟରେ ହୋଟେଲ ତାଜମହଲ ପ୍ୟାଲେସରେ ଆୟୋଜିତ ହେବାକୁ ଥିବା ଓଡ଼ିଶା ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗଦାନ କରିବେ। ସେହିପରି ସନ୍ଧ୍ୟା ୭ଟାରେ ଉକ୍ତ ହୋଟେଲର ବାଙ୍କୁଏଟ୍ ହଲରେ ସ୍ପୋର୍ଟସଷ୍ଟାର ଏସେସ୍ ପୁରସ୍କାର ସମାରୋହରେ ସେ ଯୋଗଦେବେ। ମଙ୍ଗଳବାର ପୂର୍ବାହ୍ନରେ ହୋଟେଲ ତାଜମହଲ ପ୍ୟାଲେସ ଛାଡ଼ିବେ। ଅପରାହ୍ଣ ୨ଟା ୧୦ ମିନିଟରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଗତବର୍ଷ ସେପ୍ଟେମ୍ବର ମାସରେ ଓଡ଼ିଶା ନିବେଶକ ସମ୍ମିଳନୀ‌େ‌ର ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୁମ୍ବଇ ଗସ୍ତ କରିଥିଲେ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories